ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼

Published By : Harapriya Sethi | October 3, 2024 8:16 AM

କାମାକ୍ଷାନଗର,୦୩/୧୦: ଶୌଚ ହେବା ପାଇଁ ଯାଇଥିବାବେଳେ ଟ୍ରେନ ଧକ୍କାରେ କଟିଲା ଗୋଡ଼ । ଗୁରୁତର ଯୁବକ ଜଣକ ବିବେକ ପ୍ରଧାନ ବୋଲି ଜଣାପଡ଼ିଛି । ଯୁବକଙ୍କ ବାମ ଗୋଡ କଟି ଯାଇଥିବାବେଳେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମହୁପାଳ ନିକଟରେ ଅନୁଗୁଳ-ସୁକିନ୍ଦା ରେଳ ଲାଇନରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବିବେକ ଗୁରୁବାର ସକାଳୁ ଶୌଚ ହେବାପାଇଁ ଟ୍ରେନ ଲାଇନ ନିକଟକୁ ଯାଇଥିଲେ । ଏହି ସମୟରେ ହଠାତ୍ ଏକ ଟ୍ରେନ୍ ମାଡି ଆସିଥିଲା ଏବଂ ଯୁବର ଜଣକ ଜାଣି ପାରିନଥିଲେ । ଫଳରେ ଟ୍ରେନ ଧକ୍କାରେ ଯୁବକଙ୍କ ବାମ ଗୋଡ଼ କଟିଯାଇଥିଲା । ସେ ଯନ୍ତ୍ରଣାରେ ଚିତ୍କାର କରିଥିଲେ । ଏହା ଶୁଣି ସ୍ଥାନୀୟଲୋକେ ତୁରନ୍ତ ତାଙ୍କୁ ସେଠାକୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ପରେ ଏନେଇ କାମାକ୍ଷାନଗର ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.