ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସୋଆ ଏମ୍‌ବିବିଏସ୍‌ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍‌ କୋଟ ଉତ୍ସବ ଅନୁଷ୍ଠିତ

Published By : Ladu Kishor | October 28, 2024 11:01 PM

ଭୁବନେଶ୍ୱର ୨୮/୧୦:ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୨୦୨୪-୨୫ ଶିକ୍ଷା ବର୍ଷ ନିମନ୍ତେ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇଥିବା ଏମ୍‌ବିବିଏସ୍‌ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍‌ କୋଟ ଉତ୍ସବ ଆୟୋଜିତ ହୋଇଯାଇଛି । ଗତ ଶନିବାର ଦିନ ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍‌ ହସ୍ପିଟାଲ-୧ରେ ଏମ୍‌ବିବିଏସ୍‌ ନୂତନ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ସୋମବାର ଦିନ ଆଇଏମଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ ୨, ଫୁଲନଖରା କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏହି ଉତ୍ସବର ଆୟୋଜନ କରାଯାଇଥିଲା ।

ଶନିବାର ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ-୧ରେ ଆୟୋଜିତ ହ୍ୱାଇଟ୍‌ କୋଟ ଉତ୍ସବରେ ୨୫୦ ଜଣ ଛାତ୍ରଛାତ୍ରୀ ହିପୋକ୍ରାଟିକ୍‌ ଶପଥ ନେବା ସହ ମୂଲ୍ୟବୋଧ ଭିତିକ ଚିକିତ୍ସା କରିବା ନିମନ୍ତେ ଶପଥ ନେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲର ଡିନ୍‌ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହ ଏହା କେବଳ ଏକ କୋଟ ନୁହେଁ ବରଂ ପ୍ରତି ଡାକ୍ତରର ପ୍ରଥମ ପରିଚୟ ଅଟେ ବୋଲି କହିଥିଲେ । ତେଣୁ ଏହାକୁ ପିନ୍ଧି ପ୍ରତ୍ୟେକ ଡାକ୍ତରୀ ଛାତ୍ରଛାତ୍ରୀ ଗର୍ବ ଅନୁଭବ କରିବା ଆବଶ୍ୟକ ବୋଲି ସେ କହିଥିଲେ ।

ଏହି ଅବସରରେ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲର ମେଡିକାଲ୍‌ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର  ଛାତ୍ରଛାତ୍ରୀ ମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହିତ ସେମାନଙ୍କୁ ଅଧ୍ୟୟନରେ ମନୋନିବେଶ କରିବା ସହ ସମାଜ ସେବା ଓ ରୋଗୀଙ୍କ ପ୍ରତି ଦୟାଳୁ ମନୋଭାବ ନେଇ ଉତମ ଡାକ୍ତର ହେବା ପାଇଁ  ବାର୍ତା ଦେଇଥିଲେ  ।ଏହି ଅବସରରେ ହସ୍ପିଟାଲର ସମସ୍ତ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

ସେହିପରି ସୋମବାର ଦିନ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌-୨ ଫୁଲନଖରା କ୍ୟାମ୍ପସ୍‌ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରଥମ ବ୍ୟାଚ ତଥା ୨୦୨୪-୨୫ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ୧୫୦ ଜଣ ଏମ୍‌ବିବିଏସ୍‌ ଛାତ୍ରଛାତ୍ରୀଙ୍କ ନିମନ୍ତେ ହ୍ୱାଇଟ କୋଟ ଉତ୍ସବ ଆୟୋଜିତ ହୋଇଯାଇଛି । ଏହି ଅବସରରେ ସମସ୍ତ ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କୁ ଆପ୍ରୋନ୍‌ ପ୍ରଦାନ କରାଯାଇଥିଲା । 

କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ପ୍ରଫେସର (ଡାକ୍ତର) ପ୍ରସନ୍ନଜିତ୍‌ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ ଛାତ୍ରଛାତ୍ରୀଙ୍କୁ ଆପ୍ରୋନ୍‌ ପ୍ରଦାନ କରାଯିବା ଦ୍ୱାରା ସମାଜ ପ୍ରତି ସେମାନଙ୍କର ଦାୟିତ୍ୱ ବିଷୟରେ ସେମାନଙ୍କୁ ସଚେତନ କରାଯାଇଛି । ଭରସା, ବିଶ୍ୱାସ, ଶକ୍ତି, ନୈତିକତା, ସହନଶୀଳତା ଓ ସମୟାନୁବର୍ତିତା ଭଳି ଗୁଣକୁ ଗୋଟିଏ ଡାକ୍ତର ନିଜ ଭିତରେ ସଦାସର୍ବଦା ଗୁରୁତ୍ୱ ଦେବା ଜରୁରୀ ବୋଲି ପ୍ରଫେସର ମହାନ୍ତି କହିଥିଲେ । 

ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ହସ୍ପିଟାଲ୍‌ର ଡିନ୍‌ ପ୍ରଫେସର (ଡାକ୍ତର) ଅରକ୍ଷିତ ସ୍ୱାଇଁ କହିଥିଲେ ଯେ ଡାକ୍ତର ହେବାର ସ୍ୱପ୍ନ ନେଇ ଆସିଥିବା ଏହି ଛାତ୍ରଛାତ୍ରୀମାନେ ନିଜର ଦାୟିତ୍ୱକୁ କିପରି ସୁଚାରୁ ରୂପେ ତୁଲାଇବେ ତାହା ଜାଣିବା ଆବଶ୍ୟକ । ଏହି କୋଟ ପରିଧାନ କରିବା ପରେ ସେମାନଙ୍କ ଦାୟିତ୍ୱ ଓ କର୍ତବ୍ୟ କ’ଣ ରହିଛି ସେ ବିଷୟରେ ପ୍ରଥମେ ଅବଗତ ହେବା ଜରୁରୀ ବୋଲି କହିବା ସହ ସେ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇଥିଲେ ।

ଏହି ଅବସରରେ ଅନ୍ୟତମ ସମ୍ମାନିତ ଅତିଥି ଭାବେ ମେଡିକାଲ୍‌ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା ଯୋଗ ଦେଇ କହିଥିଲେ ଯେ ପ୍ରତି ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ  ଏହି ଦିନଟି ହେଉଛି ଗୁରୁତ୍ୱପୂର୍ଣ୍ଣ । ସେମାନେ ଏହି ଆପ୍ରୋନ୍‌ ପିନ୍ଧିବା ପରେ ଏହାର ମହତ୍ୱ ଓ ଦାୟିତ୍ୱ ବିଷୟରେ ଜାଣିବା ଆବଶ୍ୟକ । ଡାକ୍ତରୀ ବୃତିରେ ଆଚାର ଓ ବ୍ୟବହାର ଗୁରୁତ୍ୱପୂର୍ଣ୍ଣ ବୋଲି କହିବା ସହ ସେ ଛାତ୍ରଛାତ୍ରୀ ମାନଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ନୂତନ ବର୍ଷର  ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଆସିଷ୍ଟାଂଟ ମେଡିକାଲ୍‌ ସୁପରିଟେଣ୍ଡେଂଟ ଡଃ ସିଦ୍ଧାର୍ଥ ଗୌତମ ଧନ୍ୟବାଦ ଅର୍ପଣ କରିଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.