ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଆଜି ୭ ଜିଲ୍ଲାରେ ନିର୍ଧୁମ ବର୍ଷିବ, ୧୦ ଯାଏ ବିସ୍ତୀର୍ଣ୍ଣ ଅଞ୍ଚଳରେ ବର୍ଷା

ଭୁବନେଶ୍ୱର, ୦୮/୦୫ : ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏ ଭଲ ବର୍ଷା ହେବ । ବିସ୍ତୀର୍ଣ୍ଣ ଅଞ୍ଚଳରେ ବର୍ଷିବ । ବୁଧବାର ୭ ଜିଲ୍ଲାରେ ନିର୍ଧୁମ ବର୍ଷା ହେବ । ଗଞ୍ଜାମ, ଗଜପତି, ଅନୁଗୁଳ, କେନ୍ଦୁଝର, ରାୟଗଡ଼ା, କନ୍ଧମାଳ ଓ ମୟୂରଭଞ୍ଜରେ ପ୍ରବଳ ଝଡ଼, ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । 

୭ ଜିଲ୍ଲାରେ ଝଡ଼, ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଅଛି । ଏଥିପାଇଁ ପାଣିପାଗ ବିଭାଗ ସତର୍କ କରାଇଛି । ସେହିଭଳି ଉପକୂଳ ଓ ଆଭ୍ୟନ୍ତରୀଣର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଢେଙ୍କାନାଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗୁରୁବାର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ଯାଜପୁରରେ ୩୦ରୁ ୪୦କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । 

ଦୁଇ ଦିନ ଭିତରେ ରାଜ୍ୟର ଦିନ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ଯାଏ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମଙ୍ଗଳବାର ରାଜ୍ୟର ୨୦ ସହରର ତାପମାତ୍ରା ୩୫ ଡିଗ୍ରୀ ତଳେ ରହିଥିଲା। ମାଲକାନଗିରିରେ ଦିନ ତାପମାତ୍ରା ସର୍ବାଧିକ ୩୯.୩ ଡିଗ୍ରୀ ରେକର୍ଡ ହୋଇଥିଲା । ବଲାଙ୍ଗୀର ଓ ଟିଟିଲାଗଡ଼ରେ ଦିନ ତାପମାତ୍ରା ୧୦ ଡିଗ୍ରୀ ଖସିଯାଇଥିଲା । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୮ରୁ ୯ ଡିଗ୍ରୀ ଯାଏ କମିଥିଲା। ଭୁବନେଶ୍ୱରରେ ତାପମାତ୍ରା ୩୨.୫ ଡିଗ୍ରୀ ରହିଥିଲା । ନବରଙ୍ଗପୁରରେ ଦିନ ତାପମାତ୍ରା ସର୍ବନିମ୍ନ ୨୫.୫ ଡିଗ୍ରୀ ରହିଥିଲା ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.