ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ଦୁର୍ଘଟଣାରେ ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

Published By : Suraj Kumar | May 26, 2025 8:20 PM

ପାତ୍ରପୁର,୨୬/୦୫;  ଜରଡା ଥାନା ଅନ୍ତର୍ଗତ କେଶରୀପଡା ଗ୍ରାମ ମଶାଣି ନିକଟରେ ସଡ଼କ ଦୁର୍ଘଟଣା ଘଟି  ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛି। ମୃତ ମହିଳା ଜଣକ ହେଲେ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲ୍ଲା କାଞ୍ଚିଲି ଗ୍ରାମର ଚନ୍ଦନ ଜାନକୀ (୪୦) । ଚନ୍ଦନଙ୍କ ସ୍ବାମୀ ବାସୁଦେବ ଗୁରୁତର ଆହତ ହୋଇଛନ୍ତି। 

 ସୂଚନା ଯୋଗ୍ୟ ଯେ ଚନ୍ଦନ ଜାନକୀ ଓ ତାଙ୍କ ସ୍ୱାମୀ ବାସୁଦେବ ଉଭୟ ନିଜ ସ୍କୁଟିରେ (ଏପି ୪୦ ସିକ୍ୟୁ ୬୨୪୧) ପାତ୍ରପୁର ବ୍ଲକ ଖମ୍ବାରିଗାଁ ପଞ୍ଚାୟତ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମର ସମ୍ପର୍କିୟଙ୍କୁ ଭେଟିବା ପାଇଁ ଆସିଥିଲେ। ସେଠାରୁ ଫେରିବା ସମୟରେ ଜୟନ୍ତୀପୁର ଓ କେଶରୀପଡା ରାସ୍ତା ମଧ୍ୟସ୍ଥଳରେ ଏକ ମଶାଣି ନିକଟରେ ସ୍କୁଟିଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ଯାଇଥିଲା। ଫଳରେ ଚନ୍ଦନ ଜାନକୀ ଓ ତାଙ୍କ ସ୍ୱାମୀ ରାସ୍ତାରେ ଛିଟିକି ପଡ଼ିଯାଇଥିଲେ । ତୁରନ୍ତ ଉଭୟଙ୍କୁ ୧୦୮ ଆମ୍ବୁଲାନ୍ସ ଦ୍ଵାରା ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ଚନ୍ଦନ ଜାନକୀଙ୍କ ମୃତ ଘୋଷଣା କରିଥିବା ବେଳେ ତାଙ୍କ ସ୍ୱାମୀ ଚନ୍ଦନ ବାସୁଦେବଙ୍କୁ ଚିକିତ୍ସା କରିଥିଲେ। ଏହି ବିଷୟରେ ମୃତକଙ୍କ ଭଉଣୀ ଆୟୁଦାମ ୱାନଜାକ୍ଷୀ ଜରଡା ଥାନାରେ ଲିଖିତ ଅଭିଯୋଗ କରିବା ପରେ ମେଡ଼ିକାଲରେ ଜରଡା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇ  ଘଟଣାର ତଦନ୍ତ କରୁଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.