ପ୍ରମୂଖ ଖବର
  • ଠାକୁରମୁଣ୍ଡା ଚମ୍ପାଝର ଗ୍ରାମରେ ସ୍ତ୍ରୀକୁ ପିଟି ପିଟି ହତ୍ୟା , ସ୍ୱାମୀ ଅଟକ
  • ||
  • ଉମରକୋଟ : ଖେଳୁଥିବା ବେଳେ ପାଣି କୁଣ୍ଡରେ ପଡି ଶିଶୁପୁତ୍ର ମୃତ
  • ||
  • କଟକ : କାଠଯୋଡ଼ିରେ ବୁଡ଼ି ଯାଇଥିବା ୨ ନାବାଳକ ଉଦ୍ଧାର,ଉଭୟଙ୍କୁ ମୃତ ଘୋଷଣା କଲେ ଡାକ୍ତର
  • ||
  • ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ବ୍ରାହ୍ମଣୀ ନଦୀରେ ଭାସିଗଲେ ଗାଈ ଚରାଳି, ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି
  • ||
  • ରାକ୍ଷୀରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୫ ଜଣଙ୍କୁ ଉଠାଇଆଣିଲା ରାଜନଗର ପୁଲିସ
  • ||
  • ଆଜି ହୋଇପାରେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା -ପ୍ରଧାନମନ୍ତ୍ରୀ ଏବଂ ଜେପି ନଡ୍ଡା ନେଇପାରନ୍ତି ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ରାଜ୍ୟରେ ବଢ଼ୁଛି ଜନବସତି, ଥମୁନି ହାତୀ-ମଣିଷ ଲଢ଼େଇ;୧୫ ବର୍ଷ ଧରି କାର୍ଯ୍ୟକ୍ଷମ ହେଉନି ୧୪ ହାତୀ କରିଡର
  • ||
  • କଟକ: ଜଗନ୍ନାଥ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ, ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ପାକିସ୍ତାନର ବଲୁଚ ଲିବରେସନ୍ ଆର୍ମି ଆତଙ୍କୀ ସଂଗଠନ ଘୋଷିତ, ବିଦେଶୀ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଆମେରିକା
  • ||
  • ମଙ୍ଗଳବାର ସଚିବସ୍ତରୀୟ ବୈଠକ; ବୁଧବାର ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ
  • ||
  • ବୁଧବାର ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ, ୨୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||

ସ୍ତ୍ରୀକୁ ପିଟି ପିଟି ହତ୍ୟା, ସ୍ୱାମୀ ଅଟକ

Published By : Suraj Kumar | August 12, 2025 6:15 PM

ଠାକୁରମୁଣ୍ଡା, ୧୨/୮( ଆପ୍ର ) :  ସ୍ତ୍ରୀକୁ ଲୁହା ରଡ୍‌ରେ ପିଟି ପିଟି ହତ୍ୟା। ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅନ୍ତର୍ଗତ ଚମ୍ପାଝର ଗ୍ରାମ ପଞ୍ଚାୟତରେ ଏଭଳି ଘଟଣା ଘଟିଛି। ମୃତକ ଜଣକ ହେଲେ ଚମ୍ପାଝର ଗ୍ରାମର ସାଲିତା ମୁଣ୍ଡା। 

ଚମ୍ପାଝର ଗ୍ରାମର ଜଗନ୍ନାଥ ହୋଙ୍କ ପୁଅ ଉଦୟ ହୋ (୫୦) କେନ୍ଦୁଝର ଜିଲ୍ଲା ଜୋଡା ରେ ରହି ଟ୍ରକ ଡ୍ରାଇଭର ଭାବେ କାମ କରନ୍ତି। ଉଦୟ ହୋ କିଛି ଦିନ ହେଲା ଗ୍ରାମକୁ ଆସି ଅତ୍ୟଧିକ ମଦ୍ୟପାନ କରି ସ୍ତ୍ରୀ ସାଲିତା ସହିତ ଝଗଡ଼ା କରୁଥିଲେ। ୧୧ ତାରିଖ  ଅପରାହ୍ନ ୪ ଟା ସମୟରେ ଉଦୟ ମଦ୍ୟପାନ କରି ସ୍ତ୍ରୀ  ସହ  ଝଗଡ଼ା କରିଥିଲା। ଏକ ଲୁହା ରଡ୍ ଏଵଂ ପ୍ଲାଷ୍ଟିକ ପାଇପରେ ସାଲିତାର ମୁଣ୍ଡକୁ ପିଟି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ମହୁଲଡିହା ଥାନା ଅଧିକାରୀ ଅରୁଣ କୁମାର ଟୁଡୁ, ଏଏସ ଆଇ ସଞ୍ଜୟ କୁମାର ନାଏକ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି  ବ୍ୟବଛେଦ ପାଇଁ ପଠାଇଛନ୍ତି।  ଉଦୟ ହୋଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଛି।

ସୂଚନାଯୋଗ୍ୟ ଯେ, ସାଲିତା ମୁଣ୍ଡା  ହେଉଛନ୍ତି ଉଦୟ ହୋଙ୍କ ତୃତୀୟ ସ୍ତ୍ରୀ। ପ୍ରଥମ ସ୍ତ୍ରୀର ମୃତ୍ୟୁ ପରେ  ତୁଳସୀ ହୋଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ତୁଳସୀ ହୋଙ୍କୁ ପଥରରେ ଛେଚି ଉଦୟ ହତ୍ୟା  କରିବା  ଅଭିଯୋଗରେ  ୬ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ ହୋଇଥିଲେ।  ଜେଲରୁ ଫେରିବା ପରେ  ଉଦୟ ସାଲିତାଙ୍କୁ ତୃତୀୟ ଵିଵାହ କରିଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.