ପ୍ରମୂଖ ଖବର
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ସ୍ବାମୀର ଛୁରା ମାଡରେ ସ୍ତ୍ରୀ ଗୁରୁତର, ଅଭିଯୁକ୍ତ ଅଟକ

Published By : Harapriya Sethi | November 14, 2024 2:53 PM

ଆସିକା,୧୪/୧୧: ପାରିବାରିକ କଳହର କରୁଣ ପରିଣତି । ସ୍ୱାମୀର ଛୁରା ମାଡ଼ରେ ଗୁରୁତର ହେଲା ସ୍ତ୍ରୀ ।  ଗୁରୁତର ମହିଳା ଜଣକ ଲିଟିଲି ପାଣିଗ୍ରାହୀ (୩୨) ବୋଲି ଜଣାପଡ଼ିଛି । ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅନ୍ତର୍ଗତ ଢ଼ଉଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି । 

ସୂଚନା ମୁତାବକ, ବୁଧବାର ବିଳମ୍ୱିତ ରାତିରେ ପାରିବାରିକ କଳହକୁ ନେଇ ଲିଟିଲି ପାଣିଗ୍ରାହୀଙ୍କୁ ତାଙ୍କ ସ୍ଵାମୀ ଛୁଆ ମାଡ କରିଥିଲେ । ଛୁରା ମାଡରେ ଲିଟିଲିଙ୍କ ପେଟ ଓ ହାତକୁ ଆଘତ ଲାଗିଥିଲା । ସ୍ୱାମୀଙ୍କ ଛୁରା ମାଡ଼ରେ ସେ ଗୁରୁତର ହୋଇ ଚିତ୍କାର କରିଥିଲେ । ମହିଳାଙ୍କ ଚିତ୍କାର ଶୁଣି ପଡୋଶୀ ଲୋକେ ଦୌଡି ଆସି ତାଙ୍କୁ ଉଦ୍ଧାର କରିଥିଲେ । ମହିଳାଙ୍କୁ ସେଠାରୁ ଉଦ୍ଧାର କରି ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଏହା ସହ ପୋଲିସକୁ ମଧ୍ୟ ଏହି ଘଟଣା ସମ୍ୱନ୍ଧରେ ଅବଗତ କରାଇଥିଲେ । ଖବର ପାଇ ଘଟଣାସ୍ଥଳରେ ଧରାକୋଟ ପୋଲିସ ପହଞ୍ଚି ଅଭିଯୁକ୍ତ ସ୍ବାମୀଙ୍କୁ ଅଟକ ରଖିଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.