ମେଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ଉନ୍ନତିମୂଳକ କର୍ମରେ ପ୍ରତି ବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖା ଦେବ ଏବଂ ମନ ବିଷାଦ ଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ ।

ବୃଷ : ଘାତବାର, ଅଷ୍ଟମ ଚନ୍ଦ୍ର ଏବଂ ଶନିବାର, ଚତୁର୍ଦ୍ଦଶୀ ତିଥି ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନ କ୍ଷତି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋ ମାଳିନ୍ୟ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ ବାଧା ବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ :ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ମିଥୁନ : ସପ୍ତମ ଚନ୍ଦ୍ର, ଶନିବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କ ମନ ଜିଣିବାରେ ସମର୍ଥ ହେବେ । ଆମୋଦ ପ୍ରମୋଦ, ମଉଜମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଦୂର ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଘାତବାର, କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲା ବେଳେ ସତର୍କତା ଅବଲମ୍ବନ କରିବେ ଏବଂ ପୁତ୍ର, କନ୍ୟା, ପିତାମାତାଙ୍କ ସହ କଥାବାର୍ତ୍ତାବେଳେ ଯଥା ସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ଲୋପ୍ ପାଇବ ଏବଂ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ । ସନ୍ତାନମାନଙ୍କ ଚାଲି ଚଳନ, କର୍ମ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ପୂର୍ବା ଫାଲ୍ଗୁନୀ ସିଂହ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

କନ୍ୟା : ଘାତବାର ଓ କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସ୍ୱଜନ, ପରିଜନ, ବନ୍ଧୁ ବାନ୍ଧବ ଏବଂ ପଡ଼ୋଶୀଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖ ଶାନ୍ତିର ବାତାବରଣ ସୃଷ୍ଟି ହେବ । ପୁରାତନ ବିବାଦ, ଜମି ଜମା ବିବାଦର ସମାଧାନ ହେବ ଏବଂ ମାଲି ମକଦ୍ଦମାରେ ବିଜୟ ହାସଲ କରିବେ । ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭ ଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ହସ୍ତା କନ୍ୟା ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ :କଫି, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା : ଘାତ ଚନ୍ଦ୍ର, ଚତୁର୍ଦ୍ଦଶୀ ତିଥି ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଭାଇ ଭଉଣୀଙ୍କ ସହ ବିବାଦ ଉଗ୍ର ରୂପ ଧାରଣ କରିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଚିତ୍ରା ତୁଳା ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ :ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ବିଛା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ୍ୟକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଅନ୍ୟଠାରୁ ଆଣି ଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ନେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁ ସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ପରୋପକାର, ସମାଜସେବା ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରା ଷାଢ଼ା ଧନୁ ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ମକର : କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର, ଶନିବାର ଓ ସକାଳ ୮ଟା ୧୨ ମିନିଟ୍ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଅଧିକ ଆଗ୍ରହ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । କର୍ମରେ ସଫଳତା ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରା ଷାଢ଼ା ମକର ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ :ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ି ପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବହୁ ବିଧ ସମସ୍ୟା ଉପୁଜିବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

ମୀନ : ଦଶମଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ମନରେ ସତ୍ଚିନ୍ତା, ସତ୍ ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତର ଭାଦ୍ର ମୀନ ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ପ୍ରଭୁଗଜାନନ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩