ମେଷ : ତୃତୀୟ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଗୃହାରମ୍ଭ, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ସ୍ୱଜନ, ପରିଜନ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୦୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର, ବୁଧବାର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଆତ୍ମସନ୍ତୋଷ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ମିଥୁନ : ଶ୍ରୀଚନ୍ଦ୍ର, ବୁଧବାର, ସପ୍ତମୀ ତିଥି ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ: ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଘାତବାର ଓ ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା: ୧, ଆରାଧନା : ଭଗବାନ ଶିବ ।

ସିଂହ : ଏକାଦଶ ଚନ୍ଦ୍ର, ବୁଧବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଉନ୍ନତିମୂଳକ, ବିକାଶମୂଳକ କର୍ମ ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚସମ୍ମାନ, ଉଚ୍ଚପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ ସଂଖ୍ୟା: ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିପର୍ଯ୍ୟୟ ଘଟିବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା: ୮, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ନବମ ଚନ୍ଦ୍ର, ବୁଧବାର ଯୋଗୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ହୃତ ଗୌରବ, ହୃତ ସମ୍ମାନ ଫେରିପାଇବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଷଷ୍ଠ ଚନ୍ଦ୍ର, ବୁଧବାର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

କୁମ୍ଭ : ପଞ୍ଚମ ଚନ୍ଦ୍ର, ସପ୍ତମୀ ତିଥି, ବୁଧବାର ଯୋଗୁ ମାନ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ଆପଣଙ୍କ ବାକ୍ ବିଚକ୍ଷଣତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଯାନବାହନରେ ଖର୍ଚ୍ଚାନ୍ତ ତଥା ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩