ମେଷ :  ଏକାଦଶ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ମୂଲ୍ୟବାନ ଧାତୁ, ଭୂମି କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଦଶମ ଚନ୍ଦ୍ର, ବୁଧବାର ଯୋଗୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ମିଥୁନ : ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପୁରାତନ ବନ୍ଧୁ କିମ୍ବା ପ୍ରିୟବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଘାତବାର, ଅଷ୍ଟମ ଚନ୍ଦ୍ର ଏବଂ ଅପରାହ୍ଣ ୧ଟା ୪୫ ମିନିଟ୍‌ ପରେ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ଦ୍ରବ୍ୟ ବ୍ୟବହାର କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ସପ୍ତମ ଚନ୍ଦ୍ର, ବୁଧବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । କୌଣସି ଶୁଭକର୍ମରେ ଯୋଗଦେବେ କିମ୍ବା ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ମାଙ୍ଗଳିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁର୍ବାଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଷଷ୍ଠ ଚନ୍ଦ୍ର, ବୁଧବାର ଯୋଗୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ, ଭୂମି ପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ମାଙ୍ଗଳିକ କର୍ମରେ ଯୋଗଦେଇ ପାରନ୍ତି । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମେରୁନ୍‌,  ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ପଞ୍ଚମ ଚନ୍ଦ୍ର, ବୁଧବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ସେମାନଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ । ପାରିବାରିକ ବିବାଦର ସମାଥାନ ହେବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଆସିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ :  ଲାଲ,  ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ଧନୁ : ତୃତୀୟ ଚନ୍ଦ୍ର, ତୃତୀୟା ତିଥି ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରାମ୍ଭ, ବ୍ୟବସାୟ ଆରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ କିମ୍ବା ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର, ବୁଧବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ ଓ ଆୟ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ନାହିଁ । ଧନର ସତ୍‌ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଶ୍ରୀଚନ୍ଦ୍ର, ବୁଧବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ବନ୍ଧୁବାନ୍ଧବଙ୍କ ସହ ସଦ୍‌ଭାବ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ପୁତ୍ର, କନ୍ୟା, ଭାତୃ, ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ଆମୋଦପ୍ରମୋଦ ପ୍ରତି ମନରେ ଅଧିକ ଆଗ୍ରହ ରହିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ :  ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା, କର୍ମ ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା  : ମା’ ମାତଙ୍ଗୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩