ମେଷ : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି, ଘାତବାର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ରହିବ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବିନିଯୋଗ କରିବେ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ :ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ :ମେରୁନ୍, ସଂଖ୍ୟା: ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ତୃତୀୟ ଚନ୍ଦ୍ର, ରବିବାର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ଉତ୍ତରା ପାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଶ୍ରୀଚନ୍ଦ୍ର, ସ୍ୱାତୀ ନକ୍ଷତ୍ର, ରବିବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ କିମ୍ବା ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୮, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମିୟକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍ ରହିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କଷ୍ଟଦାୟକ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ଧାର୍ମିକ କର୍ମରେ ନିଜକୁ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଏକାଦଶ ଚନ୍ଦ୍ର, ରବିବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ମିଳିବ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ସୁଯୋଗ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଗଜାନନ ।

ମକର : ଦଶମ ଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

କୁମ୍ଭ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ :କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ଅଷ୍ଟମ ଚନ୍ଦ୍ର, ଅତିଗଣ୍ଡ ଯୋଗୁ ବିଷ୍ଟିକରଣ ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩