ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ୱିଣ୍ଟର କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଶ୍ରାନିକେତା ଫ୍ରେଣ୍ଡ୍ସ ଇଲେଭେନ୍ ବିଜୟୀ

Published By : Suraj Kumar | January 29, 2025 7:32 PM

ଦାରିଙ୍ଗବାଡି,୨୯/୧(ଆପ୍ର): ଶ୍ରାନିକେତା ପଞ୍ଚାୟତ ଦଣ୍ଡିମାହା ସ୍ଥିତ ଆରକେଡି ପଡିଆ ଠାରେ ୱିଣ୍ଟର କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଏଥିରେ ଦାରିଙ୍ଗବାଡି ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରା, ଥାନା ଅଧିକାରୀ କନକ ମାଝୀ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଟୁର୍ଣ୍ଣାମେଣ୍ଟରେ ଦାରିଙ୍ଗବାଡି ବ୍ଲକର ୧୬ ଟି ଦଳ ଅଂଶ ଗ୍ରହଣ କରି ଥିଲେ ।

 ପ୍ରଥମ ସେମିଫାଇନାଲ ଗାହାକିଆ ସହ ଫରେଷ୍ଟ ଇଲେଭେନ୍ ଏବଂ ୨ୟ ସେମିଫାଇନାଲ  ଶ୍ରାନିକେତା ଫ୍ରେଣ୍ଡ୍ସ ଇଲେଭେନ୍  ସହ ସିକରମାହା ମଧ୍ୟରେ ଖେଳ ହୋଇଥିଲା । ପ୍ରଥମ ସେମିଫାଇନାଲରେ ଫରେଷ୍ଟ ଇଲେଭେନ୍ ବିଜୟ ହୋଇଥିବା ବେଳେ ଦ୍ଵିତୀୟ ସେମିଫାଇନାଲରେ  ଶ୍ରାନିକେତା ଫ୍ରେଣ୍ଡ୍ସ ଇଲେଭେନ୍ ଦଳ ବିଜୟ ହୋଇଥିଲେ । ୨ଟି ଦଳ ଫାଇନାଲକୁ ପ୍ରବେଶ କରିଥିଲେ ।   ଫରେଷ୍ଟ ଇଲେଭେନ୍ ଦଳ ପ୍ରଥମେ ବ୍ୟାଟିଙ୍ଗ କରି ୧୫ ଓଭରରେ  ୧୩୨ ରନ୍ କରି ୮ ଟି ୱିକେଟ ହରାଇଥିଲା। ଏହାର ଜବାବରେ  ଶ୍ରାନିକେତା ଫ୍ରେଣ୍ଡ୍ସ  ଇଲେଭେନ୍ ୧୧ ଓଭର ୪ ଟି ବଲ୍ ରେ ୭ଟି ୱିକେଟ ହରାଇ ୧୩୩ ରନ କରି ବିଜୟ ହୋଇଥିଲେ । ବିଜୟୀ ଦଳ କୁ ୮ ହଜାର ଟଙ୍କା ସହ ୱିନର ଟ୍ରଫି ପ୍ରଦାନ କରାଯାଇଥିବା ବେଳେ ରନର୍ସ  ଦଳକୁ ୫ ହଜାର ଟଙ୍କା ସହ ଟ୍ରଫି ଅତିଥିମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା  । ଅମ୍ପାୟର ଭାବେ ପ୍ରଭାସ ସାହୁ, ଅମର ନାୟକ ଯୋଗ ଦେଇଥିଲେ । କମିଟିର ସଦସ୍ୟ ସାମନ୍ତ ନାୟକ, ସନୋଜ ପ୍ରଧାନ,ଶିଧେସ୍ୱର ପୃଷ୍ଟି ପ୍ରମୁଖ ସହଯୋଗ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.