ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାଜ୍ୟରେ ବଢ଼ିବ ଶୀତ, କମିବ ରାତି ତାପମାତ୍ରା

Published By : Rasmita Pradhan | November 15, 2024 8:56 AM

ଭୁବନେଶ୍ୱର, ୧୫/୧୧ : ଶୁକ୍ରବାରଠାରୁ ରାଜ୍ୟରେ ବଢ଼ିବ ଶୀତ । କମିବ ରାତି ତାପମାତ୍ରା । ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ରହିବ । ମାତ୍ର ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ସ୍ୱାଭାବିକଠୁ ବି କମ୍‌ ରହିବ । ୨ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ କମିବ ସର୍ବନିମ୍ନ ତାପମାତ୍ରା । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ରାତି ବେଳେ ସର୍ବନିମ୍ନ ତାପମାତ୍ରା ୧୮ରୁ ୨୦ ଡିଗ୍ରୀ ସେଲସିୟସକୁ ଖସିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳକୁ ଲାଗିଥିବା ଜିଲ୍ଲାଗୁଡ଼ିକର ସର୍ବନିମ୍ନ ତାପମାତ୍ରା ୧୨ରୁ ୧୬ ଡିଗ୍ରୀ ସେଲସିୟସ୍‌ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । 

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଦିନବେଳେ ଖରା ପାଗ ରହିବ । ରାତିବେଳକୁ ତାପମାତ୍ରା ପାଖାପାଖି ୧ ଡିଗ୍ରୀ ସେଲସିୟସ କମିବ । ରାଜ୍ୟରେ ଶୀତ ସାମାନ୍ୟ ବଢ଼ିବ । ଉତ୍ତର ଓ ଉତ୍ତର- ପଶ୍ଚିମ ଦିଗରୁ ପବନ ବୋହିବ । ସମୁଦ୍ର କୂଳରୁ ପବନ ବୋହିବା କମିବ । ଆସନ୍ତା ୧୯ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ରହିବ ବୋଲି ଡ. ସାହୁ ଆକଳନ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.