ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଅଖା ଭିତରୁ ହାତ ଗୋଡ ବନ୍ଧା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର

ଜଳେଶ୍ଵର, ୦୯/୦୨ : ଅଖା ଭିତରୁ ହାତ ଗୋଡ ବନ୍ଧା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର। ବାଲେଶ୍ଵର ଜିଲ୍ଲା ୬୦ ନଂ ଜାତୀୟ ରାଜପଥ ନୟନ ଯୋଡିରୁ ଜଣେ ଅଜଣା ମହିଳାର ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି। ମହିଳାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଜଳେଶ୍ୱର ୬୦ନଂ ଜାତୀୟ ରାଜପଥ ମଧୁବନ ଢ଼ାବା ନିକଟ ନୟନ ଯୋଡିରେ ଏକ ସନ୍ଦିଗ୍ଧ ପ୍ଲାଷ୍ଟିକ ଅଖା ପଡିଥିବା ଦେଖିବାକୁ ମିଳିଥିଲା। ସେଥିରୁ ଦୁର୍ଗନ୍ଧ ବାହାରୁଥିବାରୁ ସ୍ଥାନୀୟ ଲୋକ ଜଳେଶ୍ୱର ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଅଖାଟିକୁ ପାଣି ଭିତରୁ ଉଦ୍ଧାର କରିଥିଲା। ସେଥିରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଜଣେ ଅଜଣା ମହିଳାଙ୍କ ମୃତଦେହ ମିଳିଥିଲା। ତେବେ ମହିଳାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ଜଣାପଡ଼ିଛି। ଳେଶ୍ୱର ପୋଲିସ ଏନେଇ ତଦନ୍ତ ଜାରି ରଖିଛି।

Also Read :-

କୂଅରୁ ୯ ମାସ ଛୁଆର ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.