PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ଭାଲୁ ଆକ୍ରମଣରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଦେବଗଡ଼, ୧୦/୯ :  ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ନୂଆପଡ଼ା ଗ୍ରାମରେ ଜଣେ ମହିଳା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି । ଗୁରୁତର ଜଣଙ୍କ ହେଲେ ସ୍ବର୍ଗତ ଖଗେଶ୍ବର ସେଠୀଙ୍କ ସ୍ତ୍ରୀ ମେନକା (୬୫) । ଘଟଣା ଅନୁସାରେ,  ଶନିବାର ଅପରାହ୍ନ ୪ଟା ସମୟରେ ଗ୍ରାମର ଲାଭ ପଡ଼ିଆ ବାଟ ନାଳ ପାଖକୁ  ମେନକା ଶୌଚ ହେବା ପାଇଁ ଯାଇଥିଲେ । ଏହି ସମୟରେ ହଠାତ୍ ଏକ ଭାଲୁ ଆସି ତାଙ୍କୁ ଆକ୍ରମଣ କରିଥିଲା । ପରେ ମେନକାଙ୍କ ଚିତ୍କାର ଶୁଣି ଗ୍ରାମବାସୀ ସେହି ସ୍ଥାନକୁ ଦୌଡି ଆସିବା ସହ ଭାଲୁ କବଳରୁ ମେନକାକୁ ଉଦ୍ଧାର କରିଥିଲେ ।

ପରେ  ତାଙ୍କୁ ପରିବାର ଲୋକେ ଗୁରୁତର ଅବସ୍ଥାରେ ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ବର୍ତ୍ତମାନ ମେନକାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଭଲ ଥିବା ସୂଚନା ମିଳିଛି ।

ସମ୍ବନ୍ଧିତ ଖବର