ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ସ୍ୱାମୀ ଅଟକ

Published By : Harapriya Sethi | January 13, 2025 1:47 PM

ହିନ୍ଦୋଳ,୧୩/୦୧: ଘର ଭିତରେ ମିଳିଲା ମହିଳାଙ୍କ ମୃତଦେହ । ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ବାପଘର ଲୋକ । ଏହି ହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ସ୍ୱାମୀ ଦିପୁ ଦେହୁରୀଙ୍କୁ ଅଟକ ରଖାଯାଇଛି । ମୃତ ମହିଳା ଜଣକ ରାସୋଳ ଥାନା କପିସାହି ଗ୍ରାମର ବଲ୍ଲୀ ଦେହୁରୀ (୨୬) ବୋଲି ଜଣା ପଡ଼ିଛି । ଢେଙ୍କାନାଳ ଜିଲ୍ଲା ରାସୋଳ ଥାନା କପିସାହିରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ସୋମବାର ବଲ୍ଲୀ ଦେହୁରୀଙ୍କୁ କେହି ଜଣେ ହତ୍ୟା କରିଥିଲା । ହତ୍ୟା ପରେ ମହିଳାଙ୍କ ମୃତଦେହ ଘର ଭିତରେ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ଘର ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ରାସୋଳ ପୋଲିସ । ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ମହିଳାଙ୍କ ସ୍ୱାମୀ ଦିପୁ ଦେହୁରୀଙ୍କୁ ରାସୋଳ ଥାନାରେ ଅଟକ ରଖି ପୋଲିସ ଘଟଣାର ତଦନ୍ତ ଚଳାଇଛି । ଅନ୍ୟପଟେ ଏହି ଘଟଣା ପରେ ମହିଳାଙ୍କ ବାପଘର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.