ପ୍ରମୂଖ ଖବର
  • କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରେଭେନ୍ସା ବିଶ୍ୱବିଦ୍ୟାଳୟ ୧୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ
  • ||
  • ମଙ୍ଗଳବାରଠୁ ଆଧାର ଓଟିପିରୁ ବୁକ୍‌ ହେବ ତତ୍କାଳ ଟିକଟ, ପ୍ରଥମ ୩୦ ମିନିଟ୍‌ ଏଜେଣ୍ଟ କରିପାରିବେନି ବୁକିଂ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ମୀନାବଜାର ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା, ଟ୍ରକ୍‌ ଧକ୍କାରେ ମହିଳାଙ୍କ ମୃତ୍ୟୁ

Published By : Harapriya Sethi | December 23, 2024 1:32 PM

ଯାଜପୁର,୨୩/୧୨: ମୀନାବଜାର ପେଟ୍ରୋଲ ପମ୍ପ ନିକଟରେ ଟ୍ରକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣକ ସ୍ଥାନୀୟ ଖିଲିପଙ୍କା ଗ୍ରାମର ହୋଇଥିବା ଜଣାପଡ଼ିଛି । କ୍ଷତିପୂରଣ ଦାବିରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି । ଯାଜପୁର ଜିଲ୍ଲା କୋରାଇ ଥାନା ଅନ୍ତର୍ଗତ ମୀନାବଜାର ପେଟ୍ରୋଲ ପମ୍ପ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଖିଲିପଙ୍କା ଗ୍ରାମର ଜଣେ ମହିଳା ମୀନାବଜାର ପେଟ୍ରୋଲ ପମ୍ପ ନିକଟ ଦେଇ ଯାଉଥିବା ବେଳେ ଘଟିଥିଲା ଦୁର୍ଘଟଣା । ଦ୍ରୁତ ଗତିରେ ଏକ ଟ୍ରକ୍‌ ଆସି ମହିଳାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ମହିଳାଙ୍କ ମୃତ୍ୟୁ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ କୋରାଇ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଅନ୍ୟପଟେ ଏହି ଘଟଣାକୁ ନେଇ କ୍ଷତିପୂରଣ ଦାବିରେ ଘଟଣା ସ୍ଥଳରେ ସ୍ଥାନୀୟଲୋକେ ଉତ୍ତେଜନା ସୃଷ୍ଟି କରିଛନ୍ତି । 




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.