ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସ୍କୁଟିକୁ ପଛପଟୁ ପିଟିଲା ହାଇୱା, ମହିଳା ମୃତ

Published By : Harapriya Sethi | February 24, 2025 11:52 AM

ଭୁବନେଶ୍ୱର, ୨୪/୦୨: କେନ୍ଦ୍ରାପଡା ତିନିମୁହାଣି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ମହିଳାଙ୍କ ଉପରେ ମାଡ଼ିଗଲା ହାଇୱା । ଘଟଣା ସ୍ଥଳରେ ଚାଲିଗଲା ମହିଳାଙ୍କ ଜୀବନ । ମୃତ ମହିଳା ଜଣକ ଶ୍ରଦ୍ଧାଞ୍ଜଳି ପୃଷ୍ଟି ଏବଂ ତାଙ୍କ ଘର ଟାଉନ ଥାନା ଅନ୍ତର୍ଗତ ବଣିଆ ମାଳ ବୋଲି ଜଣାପଡିଛି । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି । 

ସୂଚନା ମୁତାବକ, ଶ୍ରଦ୍ଧାଞ୍ଜଳି ତାଙ୍କ ସ୍ଵାମୀ କାମାକ୍ଷା ପ୍ରସାଦ ସାହୁ ଏବଂ ୧୦ ବର୍ଷର ପୁଅ ସହ ସ୍କୁଟିରେ ଯାଉଥିଲେ । ଶ୍ରଦ୍ଧାଞ୍ଜଳିଙ୍କ ସ୍ଵାମୀ କାମାକ୍ଷା ପ୍ରସାଦ ସ୍କୁଟି ଚଳାଉଥିଲେ ଏବଂ ମଝିରେ ପୁଅ ବସିଥିଲା । ତିନିମୁହାଣି ମାଛ ମାର୍କେଟ ପାଖରେ ତାଙ୍କୁ  ପଛରୁ ଏକ ହାଇୱା ଧକ୍କା ଦେଇଥିଲା । କାମାକ୍ଷ ଏବଂ ତାଙ୍କ ପୁଅ ବାମ ପଟକୁ ପଡି ଯାଇଥିଲେ । କିନ୍ତୁ ଶ୍ରଦ୍ଧାଞ୍ଜଳି ଡାହାଣ ପଟକୁ ପଡି ଯାଇଥିଲେ । ତାଙ୍କ ମୁଣ୍ଡ ଉପରେ ବାଲି ବୋଝେଇ ହାଇୱା ମାଡି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ଲୋକ କ୍ଷତିପୂରଣ ଏବଂ କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତା ରୋକ କରିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.