ପ୍ରମୂଖ ଖବର
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ପୋଖରୀରେ ବୁଡି ମହିଳାଙ୍କ ମୃତ୍ୟୁ, ଗୋଡ ଖସିଯାଇଥିବା ଅନୁମାନ

Published By : Ankita S | March 17, 2025 3:12 PM

ଖନ୍ତାପଡ଼ା,୧୭/୦୩: ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ । ଗାଧୋଇବାକୁ ଯିବା ବେଳେ ଗୋଡ ଖସି ଯିବାରୁ ପୋଖରୀରେ ବୁଡି ମହିଳାଙ୍କର ମୃତ୍ୟୁ ହୋଇଛି । ଖନ୍ତାପଡ଼ା ଥାନା ଅଧିନ ଦକ୍ଷିଣ ନରସିଂହପୁର ପଞ୍ଚାୟତ ବାଇଗଡିଆ ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତ ମହିଳା ଜଣକ ହେଲେ ବାଇଗଡିଆ ଅଞ୍ଚଳର ସୋନି ସିଂହ (୪୦) ।

ମିଳିଥିବା ସୂଚନା ଅନୁସାରେ, ନୀଳଗିରି ଖନ୍ତାପଡ଼ା ଥାନା ଅଧିନ ଦକ୍ଷିଣ ନରସିଂହପୁର ପଞ୍ଚାୟତ ବାଇଗଡ଼ିଆ ଅଞ୍ଚଳର ଟିପୁ ସିଂହଙ୍କ ଝିଅ ସୋନି ସିଂହ (୪୦) । ମଧ୍ୟାହ୍ନ ସମୟରେ ଘର ନିକଟରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇଥିଲେ । କୌଣସି କାରଣରୁ ପାଣିରେ ପଡିଯାଇଥିଲେ। ସୋନିଙ୍କ ଘରକୁ ଫେରିବା ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ଦୀର୍ଘ ସମୟ ହେବ ସୋନିଙ୍କର କୌଣସି ପତ୍ତା ମିଳି ନଥିଲା । 

କିିଛି ସମୟ ପରେ ଘର ନିକଟ ପୋଖରୀରେ ସୋନି ପଡିଥିବାର ଦେଖିବାକୁ ପାଇଥିଲେ ଘରଲୋକ ।  ସଙ୍ଗେ ସଙ୍ଗେ ସୋନିଙ୍କୁ ଉଦ୍ଧାର କରି ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ନିମନ୍ତେ ଆଣିଥିଲେ । ହେଲେ ସେତେବେଳେକୁ ସୋନିଙ୍କର ମୃତ୍ୟୁ ହୋଇ ସାରିଥିଲା । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ଲେଖା ହେବା ବେଳକୁ ଘଟଣା ନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିଲା ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.