ପ୍ରମୂଖ ଖବର
  • ଅପେକ୍ଷାର ହେଲା ଅନ୍ତ, ଖୋଲିଲା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର, ଭିତର ଭଣ୍ଡାର ଖୋଲିବାକୁ ଚାଲିଛି ପକ୍ରିୟା
  • ||
  • ଶ୍ରୀମନ୍ଦିରକୁ ପ୍ରବେଶ କଲେ ୧୧ ଜଣ ସଦସ୍ୟ, ଦିନ ୧ଟା ୨୮ରେ ଶୁଭ ମୁହୂର୍ତ୍ତରେ ଫିଟିବ ଭିତର ଭଣ୍ଡାର ତାଲା
  • ||
  • ଶ୍ରୀଲୋକନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ, ରତ୍ନଭଣ୍ଡାର ଖୋଲିବାକୁ ଆସିଲା ଆଜ୍ଞାମାଳ
  • ||
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ଖଜୁରୀପଡ଼ା ୨୫/୦୬  : ଖଜୁରୀପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ଗୁଡ୍ରିସାହିରେ ସୋମବାର ବିଳମ୍ବିତ ରାତିରେ ବିଷଧର ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣକ ହେଲେ ଜାନକୀ କହଁର (୪୨)।

ଖଜୁରୀପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ଗୁଡ୍ରିସାହିର ଜାନକୀ କହଁର (୪୨ ) ଏବଂ ସ୍ବାମୀ ରାମଚନ୍ଦ୍ର କହଁର ରାତିରେ  ଘରେ ଶୋଇଥିଲେ। ଏହି ଅବସ୍ଥାରେ ଜାନକୀଙ୍କୁ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା। ସେ  ସ୍ବାମୀଙ୍କୁ ଏ ନେଇ ଜଣାଇବା ପରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ନେଇ ଫୁଲବାଣୀ ବଡ ମେଡିକାଲରେ ନେଇ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜାନକୀଙ୍କ ମୃତ୍ୟୁ ହୋଇଛି। ଏ ନେଇ ଖଜୁରୀପଡ଼ା ଥାନାରେ ରାମଚନ୍ଦ୍ର ଏତଲା ଦେବା ପରେ ଥାନାରେ ୧୨/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ପୁଲିସ ସୂତ୍ରରୁ ସୂଚନା ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.