ପ୍ରମୂଖ ଖବର
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

କୁକୁର ଗୋଡ଼ାଇବାରୁ ପୋଖରୀକୁ ଡେଇଁ ପଡ଼ିଲେ ମହିଳା, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ଜୀବନ

Published By : Harapriya Sethi | October 3, 2024 11:12 AM

ହିନ୍ଦୋଳ,୦୩/୧୦: କୁକୁର ଗୋଡାଇବାରୁ ପୋଖରୀକୁ ଡେଇଁ ପଡିଲେ ମହିଳା । ଗଭୀର ପାଣିରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ । ମୃତ ମହିଳା ଜଣକ ୪୫ ବର୍ଷୀୟ ମହିଳା କୁନି ପ୍ରଧାନ ବୋଲି ଜଣାପଡ଼ିଛି । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ବମ୍ପା ପଞ୍ଚାୟତ ବ୍ରାହ୍ମଣିଆ ପାଳ ଗାଁରେ ଏଭଳି ଘଟଣା ଘଟିଛି । 

କୁନି ପ୍ରଧାନ ତାଙ୍କ ଗାଁ ପୋଖରୀକୁ ଗାଧୋଇବାକୁ ଯାଉଥିଲେ । ଏହି ସମୟରେ ତାଙ୍କୁ କିଛି କୁକୁର ଗୋଡ଼ାଇଥିଲା । ସେ ଭୟଭୀତ ହୋଇ ପୋଖରୀକୁ ଡେଇଁ ପଡ଼ିଥିଲେ । ପୋଖରୀର ଗଭୀର ପାଣିରେ ବୁଡ଼ି ଯାଇଥିଲେ କୁନି । ଏହା ଦେଖି ସ୍ଥାନୀୟଲୋକେ ତାଙ୍କୁ ତୁରନ୍ତ ସେଠାରୁ ଉଦ୍ଧାର କରିଥିଲେ । କିନ୍ତୁ ସେତେବେଳକୁ ଗଭୀର ପାଣିରେ ଶ୍ୱାସରୁଦ୍ଧ ହୋଇ ମହିଳାଙ୍କ ମୃତ୍ୟୁ ହୋଇସାରିଥିଲା । ପରେ ଏହି ଘଟଣା ସମ୍ବନ୍ଧରେ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟଲୋକେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଏଭଳି ଏକ ଅଭାବନୀୟ ଘଟଣା ହେବା ଫଳରେ ଗାଁରେ ଶୋକର ଛାୟା ଖେଳିଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.