ପ୍ରମୂଖ ଖବର
  • ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • ଭୁବନେଶ୍ୱର : ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • କଟକ : ପିଇବା ପାଣି ପାଇଁ ରାସ୍ତାରୋକ; ଗରା ଓ ବାଲଟି ଧରି ରାସ୍ତାରେ ବସିଲେ ମହିଳା
  • ||
  • ଗୁରୁବାର ସୁଦଶା ବ୍ରତ: ଜାଣନ୍ତୁ ସୁଦଶା ବ୍ରତର ମାହାତ୍ମ୍ୟ, ପୂଜା ବିଧି
  • ||
  • ଗଞ୍ଜାମ : ଅଜଣା ଗାଡି ଧକ୍କାରେ ଆଇନଜୀବୀ ମୃତ, ଥାନାରେ ମାମଲା ରୁଜୁ
  • ||
  • ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ,କାଶୀପୁର ବ୍ଲକରେ ହେବାକୁ ଥିବା ଜନ ସମାବେଶରେ ହୋଇଥାନ୍ତେ ସାମିଲ
  • ||
  • ରଥ ଖଳା ହାଲ୍‌ଚାଲ୍‌: ପଡ଼ିଲା ରଥର ପ୍ରଥମ ଫ୍ରେମ୍, ଆଗକୁ ଦଣ୍ଡା କଣ୍ଟା ଅନୁକୂଳ
  • ||
  • କଟକ : ମହୁମାଛି ଆକ୍ରମଣରେ ବୃଦ୍ଧା ମୃତ, ଜଣେ ଗୁରୁତର
  • ||
  • ଆଗକୁ ବଢ଼ିବାର ନାଁ ନେଉନି ମୌସୁମୀ: ଭୀଷଣ ଗ୍ରୀଷ୍ମପ୍ରବାହ ଆଲର୍ଟ, ୭ରେ କିଛି ସ୍ଥାନରେ ୪୨ ଡିଗ୍ରୀ ଟପିବ ତାତି
  • ||
  • କଳାହାଣ୍ଡି : ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌; ଜଣେ ମୃତ, ୫ ଗୁରୁତର
  • ||

ଅଣ୍ଡା ତରକାରୀ ପାଇଁ ସ୍ତ୍ରୀକୁ ହତ୍ୟା, ଅଭିଯୁକ୍ତ ଗିରଫ

Published By : Gurupada Nath | June 3, 2025 5:15 PM

ଉଦଳା,୩/୬ : ଖାଇବାବେଳେ ଅଣ୍ଡା ତରକାରୀ ନ ଦେବାରୁ ସ୍ତ୍ରୀକୁ ଚୁଲି ଫୁଙ୍କାରେ ବାଡ଼େଇ ମାରିଲା ସ୍ୱାମୀ। ଏଭଳି ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି ଉଦଳା ଥାନା କୁଟଲିଂ ବନ୍ଧ ସାହି ଗ୍ରାମରେ । ମୃତକ ହେଲେ ବାସନ୍ତୀ ବାସ୍କେ । 

ସୂଚନା ଅନୁସାରେ, ଗାଁର ଲମା ବାସ୍କେ ଆଜି ମଧ୍ୟାହ୍ନରେ କାମ ସାରି ଘରକୁ ଫେରିଥିଲେ ଏବଂ ଖାଇବାକୁ ବସିଥିଲେ । ଏହି ସମୟରେ ସ୍ତ୍ରୀ ବାସନ୍ତୀ ବାସ୍କେ ଭାତ ଏବଂ ତରକାରୀ ବାଢି ଦେଇଥିଲେ । ଏହି ସମୟରେ ସ୍ୱାମୀ ଲମା ଆଣି ଦେଇଥିବା ଅଣ୍ଡା ତରକାରୀ କାହିଁ ବୋଲି ମାଗିଥିଲେ । ସ୍ତ୍ରୀ ଖାଦ୍ୟରେ ଅଣ୍ଡା ତରକାରୀ ନ ଦେବାରୁ ଉତକ୍ଷିପ୍ତ ହୋଇ ଉଠିଥିଲେ ସ୍ୱାମୀ ଲମା। ପ୍ରଥମେ ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ତା’ପରେ ଘର ଦ୍ୱାର ସମ୍ମୁଖରେ ନିର୍ଘାତ ମାଡ଼ ମାରିବା ପରେ ଘର ଭିତରକୁ ଘୋଷାରି ନେଇ ସେଠାରେ ଚୁଲି ଫୁଙ୍କାରେ ବାସନ୍ତୀର ମୁଣ୍ଡରେ ଆଘାତ କରିଥିଲେ । ଫଳରେ ଘଟଣାସ୍ଥଳରେ ବାସନ୍ତୀର ମୃତ୍ୟୁ ହୋଇଥିଲା। ଖବରପାଇ ପୋଲିସ ଗାଁରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସ୍ୱାମୀ ଲମାକୁ ଗିରଫ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.