ଶୌଚ ହେବାକୁ ଯାଇଥିବା ବେଳେ ପୋଖରୀରେ ବୁଡି ମହିଳାଙ୍କ ମୃତ୍ୟୁ

କେନ୍ଦ୍ରାପଡ଼ା,୧।୧୨: ଶୌଚ ହେବାକୁ ଯାଇଥିବା ବେଳେ ଗୋଡ ଖସିଯିବାରୁ ପୋଖରୀରେ ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ଥାନା ଅଧୀନ ଛେଡାକଣି ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତ ମହିଳା ବାବାଜୀ ସ୍ୱାଇଁଙ୍କ ପତ୍ନୀ ମୀନତି ସ୍ୱାଇଁ (୪୮)। ଅଭିଯୋଗ ପାଇ ମହାକାଳପଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
ମୀନତି ଗୁରୁବାର ଅପରାହ୍ନରେ ଗାଁ ପାଖ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିଲେ। ଏହି ସମୟରେ ହଠାତ୍ ତାଙ୍କ ଗୋଡ଼ ଖସିଯିବାରୁ ସେ ବୁଡି ଯାଇଥିଲେ। ନିଜକୁ ବଞ୍ଚାଇବାକୁ ବହୁତ ଚେଷ୍ଟା କରିଥିଲେ ମଧ୍ୟ ସମ୍ଭବପର ହୋଇନଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।