ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଦରମଗାଡ ନଦୀରେ ଭାସି ନିଖୋଜ ହୋଇଥିଲେ ମହିଳା, ଉଦ୍ଧାର ହେଲା ମୃତଦେହ

Published By : Harapriya Sethi | October 12, 2024 1:39 PM

ବୈପାରିଗୁଡା,୧୨/୧୦ : ପାର୍ବଣରେ ଅଭାବନୀୟ ଘଟଣା । ଦରମଗାଡ ନଦୀରେ ଭାସି ନିଖୋଜ ମହିଳାଙ୍କ ମୃତ୍ୟୁ । ନଦୀରୁ ମିଳିଲା ମୃତଦେହ । ମୃତକ କାଉକୁଣ୍ଡ ଗ୍ରାମର ପୁଲକ ଖରା ବୋଲି ଜଣାପଡ଼ିଛି । କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ୍‌ ଅନ୍ତର୍ଗତ କାଉକୁଣ୍ଡ ଗ୍ରାମରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ମହିଳା ଜଣକ ଦରମଗାଡ ନଦୀକୁ ଗାଧୋଇବାକୁ ଯାଇଥିଲେ । ଏହି ସମୟରେ ଭାରସାମ୍ୟ ହରାଇ ନଦୀରେ ଭାସି ଯାଇଥିଲେ । ଘରକୁ ଫେରିବାରେ ବିଳମ୍ବ ହେବାରୁ ମହିଳାଙ୍କ ପରିବାର ଲୋକେ ଖୋଜାଖୋଜି କରିଥିଲେ । ଏହା ସହ ଅଗ୍ନିଶମ ବାହିନୀକୁ ମଧ୍ୟ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ଟିମ୍‌ ପହଞ୍ଚି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ତେବେ ଶନିବାର ମହିଳାଙ୍କ ମୃତଦେହ ନଦୀରୁ ଉଦ୍ଧାର କରାଯାଇଛି । ପରେ ଏନେଇ ପୋଲିସକୁ ମଧ୍ୟ ଖବର ଦେଇଥିଲେ ମହିଳାଙ୍କ ପରିବାର ଲୋକେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.