PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା କାରଣ ଖୋଜୁଛି ପୁଲିସ

ଭୁବନେଶ୍ୱର ୨୪/୦୯: ରାଜଧାନୀ​‌ରେ ପୁଣି ଚାଞ୍ଚଲ୍ୟ। ଚନ୍ଦ୍ରଶେଖରପୁର ଅଞ୍ଚଳରେ ପୁଣି ଆତ୍ମହତ୍ୟା କଲେ ମହିଳା। ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଜଣକ ପ୍ରିୟଙ୍କା ରାୟ ସାମନ୍ତ ସେ ଢ଼େଙ୍କାନାଳ ଅଞ୍ଚଳର ବୋଲି ଜଣାପଡିଛି। ତେବେ ସେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ସ୍ପଷ୍ଟ ହୋଇନାହିଁ। ପରିବାରିକ କଳହ ପାଇଁ ଆତ୍ମହତ୍ୟା କରିଥିବା ପ୍ରାଥମିକ ଭାବେ ସୂଚନା ମିଳିଛି। ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବିକ, ୮ ବର୍ଷ ତଳେ ପ୍ରିୟଙ୍କା ଖୋର୍ଦ୍ଧାର ରତୀକ ଦାଶଙ୍କୁ ବିବାହ କରିଥିଲେ। ସ୍ବାମୀ ଓ ୨ ଛୁଆଙ୍କ ସହ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଭଡ଼ାରେ ରହୁଥିଲେ। ତେବେ ଆଜି ତାଙ୍କ ମୃତଦେହ ଭଡ଼ା ଘରୁ ଉଦ୍ଧାର ହୋଇଛି। ତେବେ ମହିଳାଙ୍କ ଆତ୍ମହତ୍ୟାର ପ୍ରକୃତ ଜଣାପଡିନାହିଁ। ପୋଲିସ ବିଭିନ୍ନ ଦିଗରୁ ମାମଲାର ତଦନ୍ତ ଆରମ୍ଭ କରିଛି।