PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଏମ୍ବାଟୁର : ବେଙ୍ଗାଲୁରରୁ ମାଳଦ୍ୱୀପର ମାଲେ ଯାଉଥିବା ଗୋ ଫାଷ୍ଟ ବିମାନର ଜରୁରୀ ଅବତରଣ, ୯୨ ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ତାତି ଗଲା ଇଞ୍ଜିନ
  • ||
  • ଉଦୟପୁର : ଉଦୟପୁର କହ୍ନୈୟାଲାଲ ହତ୍ୟାକାଣ୍ଡରେ କଥିତ ଷଡ଼ଯନ୍ତ୍ରକାରୀ ମୁସ୍ଲିମ୍ ଖାନକୁ ଗିରଫ କଲା ଏଏନଆଇ
  • ||
  • ଅନନ୍ତନାଗ : ଜମ୍ମୁ-କଶ୍ମୀରର ଅନନ୍ତାଗରେ ପୁଲିସ୍ ଓ ସିଆରପିଏଫ ଯବାନଙ୍କ ମଳିତ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ, ଆହତ ପୋଲିସ କର୍ମୀ ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ଭାରତୀୟ ବାୟୁସେନାର ଏକ ଦଳ ମାଲେସିଆ ଗସ୍ତରେ ଯାଇଛନ୍ତି, ଏହି ଦଳ ଦୁଇଦେଶ ମଧ୍ୟରେ ଦ୍ବିପାକ୍ଷୀକ ଯୁଦ୍ଧାଭ୍ୟାସକୁ ନେଇ ଆୟୋଜିତ କାର୍ଯ୍ୟକ୍ରମ ‘ଉଦାରଶକ୍ତି’ରେ ଭାଗ ନେବେ
  • ||
  • ମୋହନା : ସଂଗଠନ ଛାଡ଼ିଥିବା ମାଓବାଦୀ ପ୍ରଫୁଲ୍ଲ ପରିଚ୍ଛାକୁ ଗିରଫ କଲା ଅଡ଼ବା ପୋଲିସ, ଥାନାରେ ରହିଛି ୭ ମାମଲା
  • ||
  • ବୌଦ୍ଧ : ବୌଦ୍ଧ ୫୭ନଂ ଜାତୀୟ ଖୁଣ୍ଟବନ୍ଧ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ
  • ||
  • ଭୁବନେଶ୍ବର : ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ ଓ ୨୦ଆହତ
  • ||
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ମହିଳା ହକି ବିଶ୍ୱକପ୍‌: ଆଜି ଇଂଲଣ୍ଡକୁ ଭେଟିବ ଭାରତ

ଆମଷ୍ଟେଲଭିନ,୦୩/୦୭: ଆଜି ସ୍ପେନ ଓ ନେଦରଲାଣ୍ଡସରେ ଆରମ୍ଭ ହୋଇଥିବା ମହିଳା ହକି ବିଶ୍ୱକପ୍‌ରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ମ୍ୟାଚ୍‌ ଖେଳାଯିବ । ସିଧାସଳଖ କ୍ୱାର୍ଟର ଫାଇନାଲ ଖେଳିବାକୁ ହେଲେ ଭାରତକୁ ପୁଲ୍‌ (ବି)ର ସମସ୍ତ ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିବାକୁ ପଡ଼ିବ । ବିଶ୍ୱ ମାନ୍ୟତାରେ ଇଂଲଣ୍ଡ ପଞ୍ଚମ ସ୍ଥାନରେ ରହିଛି । କିନ୍ତୁ ଭାରତର ମାନ୍ୟତା ନବମ ।

ପୂର୍ବ ପ୍ରଦର୍ଶନ ଅନୁସାରେ ପ୍ରୋ ଲିଗ୍‌ରେ ଭାରତର ପ୍ରଦର୍ଶନ ଭଲ ରହିଥିଲା । ଗତ ସିଜନରେ ଦଳ ପଦାର୍ପଣ କରି ତୃତୀୟ ସ୍ଥାନ ହାସଲ କରିବା କିଛି କମ୍‌ କଥା ନୁହେଁ । ଭାରତ ଯେ କୌଣସି ଶକ୍ତିଶାଳୀ ଦଳକୁ ସାମ୍ନା କରିବାକୁ ପ୍ରସ୍ତୁତ ରହିଛି । ଇଂଲଣ୍ଡ ବିପକ୍ଷରେ ଶ୍ରେଷ୍ଠ ପ୍ରଦର୍ଶନ ବିଶ୍ୱକପ୍‌ରେ ଅଭିଯାନ ଆରମ୍ଭ କରିବାକୁ ଦଳ ଲକ୍ଷ୍ୟ ରଖିଛି ।

�ପଏଣ୍ଟ ଭାଗ ଗଲେ ନ୍ୟୁଜିଲାଣ୍ଡ-ଚୀନ ପୁଲ ବି’ର ଏକ ମ୍ୟାଚ୍‌ରେ ଚୀନ ୨-୨ ଗୋଲରେ ନ୍ୟୁଜିଲାଣ୍ଡ ସହ ମ୍ୟାଚ୍‌ ଡ୍ର’ ରଖିଛି । ଏଥିସହ ଉଭୟ ଦଳ ଗୋଟିଏ ଲେଖାଏଁ ପଏଣ୍ଟ ହାସଲ କରିଛନ୍ତି । ନ୍ୟୁଜିଲାଣ୍ଡ ୨୪ ଓ ୪୮ ମିନିଟ୍‌ରେ ଏବଂ ଚୀନ ୩୩ ଓ ୪୩ ମିନିଟ୍‌ରେ ଗୋଲ୍‌ ସ୍କୋର କରିଥିଲେ ।

�ଚିଲି ହାରିଲା ପୁଲ୍‌ ଏ’ର ଏକ ମ୍ୟାଚ୍‌ ଚିଲି ଓ ଜର୍ମାନୀ ମୁହାଁମୁହିଁ ହୋଇଥିଲେ । ଶକ୍ତିଶାଳୀ ଜର୍ମାନୀ ୪-୧ ଗୋଲରେ ବିଜୟୀ ହୋଇଛି । ଦଳ ପକ୍ଷରୁ ୯,୨୨, ୪୪ ଓ ୫୫ ମିନିଟ୍‌ରେ ଗୋଲ ହୋଇଥିଲା । ଚିଲି ୨୭ ମିନିଟରେ ଗୋଟିଏ ଗୋଲ୍‌ ପରିଶୋଧ କରିଥିଲା ।

ସମ୍ବନ୍ଧିତ ଖବର