PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ସୁନ୍ଦରଗଡ଼ରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ସୁନ୍ଦରଗଡ଼, ୦୮/୦୩ : ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ସ୍ଥାନୀୟ ପ୍ରଗତି ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତଙ୍କୁ ମହିଳା ଦିବସର ଶୁଭେଚ୍ଛା ଜଣାଇଥିଲେ ଏବଂ ସମାଜରେ ମହିଳାମାନେ ସ୍ୱାବଲମ୍ବୀ ହେଲେ ପରିବାରର ଉନ୍ନତି ସାଧିତ ହୋଇଥାଏ ତଥା ସମାଜର ମଧ୍ୟ ବିକାଶ ହୋଇଥାଏ ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ , ଡି.ଏସ୍. ପି ଦ୍ରୌପଦୀ ଦାସ, ସମାଜସେବୀ ସ୍ନେହଲତା ପଟେଲ, ଶୁଭଶ୍ରୀ ରାୟ, ସୁରକ୍ଷା ଅଧିକାରୀ ଚୁଲେସ୍ଵରି ପଟେଲ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ, ବାଲ୍ୟ ବିବାହ ଜିଲ୍ଲା ସଂଯୋଜିକା ମିନାକ୍ଷୀ ପ୍ରଧାନ, ପ୍ଲାନ୍ ଇଣ୍ଡିଆର ଜିଲ୍ଲା ସଂଯୋଜକ, ସମସ୍ତ ସି.ଡି.ପି.ଓ., କାର୍ଯ୍ୟକ୍ରମରେ ସୁରକ୍ଷା ଅଧିକାରୀ ପଟେଲ ସ୍ଵାଗତ ଅଭିଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ପାଳନର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନ ଦ୍ଵାରା ବେଷ୍ଟ ଶିଶୁ ସି. ଡି. ପି. ଓ., ବେଷ୍ଟ ସୁପରଭାଇଜର , ବେଷ୍ଟ ଅଙ୍ଗନୱାଡି କର୍ମୀ, ଏବଂ ଗୋଟିଏ ସଖୀ ଓ ଗୋଟିଏ ସକ୍ଷାଙ୍କୁ ପ୍ରମାଣପତ୍ର ଓ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମକୁ ସୁଶୀଳା ରଥ ପରିଚାଳନା କରିଥିଲେ।