ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ଅଟକ

Published By : Harapriya Sethi | February 14, 2025 10:30 AM

ଭୁବନେଶ୍ୱର, ୧୪/୦୨: ଘରକୁ ଯିବାପାଇଁ ରାସ୍ତା କଡ଼ରେ ବସ୍‌କୁ ଅପେକ୍ଷା କରିଥିଲେ ଦାଦନ ଶ୍ରମିକ । ଦ୍ରୁତ ଗତିରେ ଆସି ଧକ୍କା ଦେଲା କାର୍‌ । ଚାଲିଗଲା ବ୍ୟକ୍ତିଙ୍କ ଜୀବନ । ମୃତ ବ୍ୟକ୍ତି ଛତିଶଗଡ ଦେଭୋଗ ଗୋଇରାପଦର ଗ୍ରାମରେ ରହୁଥିବା ରମେଶ ବୋଲି ଜଣାପଡ଼ିଛି । ଦୁର୍ଘଟଣା ଘଟାଇଥିବା କାର୍‌ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ପୋଲିସ । କଳାହାଣ୍ଡି ଜିଲ୍ଲା ଆମପାଣି ବସଷ୍ଟାଣ୍ଡ ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ରମେଶ ବିଶାଖାପାଟଣା ଦାଦନ ଖଟିବା ପାଇଁ ଯାଇଥିଲେ । ସେଠାରୁ ଘରକୁ ଫେରିବା ସମୟରେ ଆମପାଣି ବସଷ୍ଟାଣ୍ଡ ନିକଟରେ ବସ୍‌କୁ ଆପେକ୍ଷା କରି ରାସ୍ତାକଡରେ ଠିଆ ହୋଇଥିଲେ । ଏହି ସମୟରେ ଏକ ଇନୋଭା କାର୍‌ ଦ୍ରୁତ ଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଗୁରୁତର ଅବସ୍ଥାରେ ରାସ୍ତା କଡ଼ରେ ପଡ଼ି ରହିଥିଲେ ରମେଶ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ମଧ୍ୟ ଖବର ଦେଇ ରମେଶଙ୍କୁ କୋଲସରା ହସ୍ପିଟାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ଆମପାଣି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା କାର୍‌ ଜବତ କରିବା ସହିତ ଡ୍ରାଇଭରକୁ ଅଟକ ରଖି ତଦନ୍ତ କରୁଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.