ପ୍ରମୂଖ ଖବର
  • ପଶ୍ଚିମବଙ୍ଗ ଅଶାନ୍ତ ! ଗତ ୨୪ ଘଣ୍ଟାରେ ଦୁଇ ଜଣ ଟିଏମସି ନେତାଙ୍କୁ ହତ୍ୟା
  • ||
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

କେଲେଣ୍ଡାରେ ବିଦ୍ୟୁତ୍ ଆଘାତରେ ଶ୍ରମିକ ମୃତ

Published By : Gurupada Nath | June 29, 2025 10:56 PM

କୋଲାବିରା,୨୯/୬ : କୋଲାବିରା ଥାନା ଅଧିନସ୍ଥ ଜୁନା କେଲେଣ୍ଡାରେ ଭାଇଗ୍ରେଟର ମେସିନରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି l ମୃତ ଶ୍ରମିକଙ୍କ ନାମ ଭାଗିରଥି କିସାନ(୨୮) ଓ ତାଙ୍କ ଘର ଉକ୍ତ ଜୁନା କେଲେଣ୍ଡା ଗ୍ରାମର ନିଜ ପଡ଼ାର ଜନୈକ ବ୍ୟକ୍ତିଙ୍କ ଘର ଛାତ ପଡ଼ୁଥିବା ସମୟରେ ଭାଗିରଥି ଭାଇଗ୍ରେଟର ମେସିନ ଚଳାଉଥିଲେ l ତେବେ ଭାଇଗ୍ରେଟର ମେସିନରେ କିଛି ସମସ୍ୟା ଦେଖା ଦେବାରୁ ଭାଗିରଥି ଏହାର ମରାମତି କରୁଥିବା ସମୟରେ ବିଦ୍ୟୁତ୍ ଆଘାତ ଲାଗି ଗୁରୁତର ଆହତ ହୋଇଥିଲେ l 

ତାଙ୍କୁ ସଙ୍ଗେ ସଙ୍ଗେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନା ନିଆଯାଇଥିଲା l ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ଏ ନେଇ କୋଲାବିରା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି l ଆସନ୍ତାକାଲି ଶବ ବ୍ୟବଚ୍ଛେଦ କରାଯିବ ବୋଲି ଥାନା ଏସଆଇ ସନ୍ତୋଷ ପ୍ରଧାନ ସୂଚନା ଦେଇଛନ୍ତି l ମିଳିଥିବା ସୂଚନା ଅନୁଯାୟୀ ମୃତ ଭାଗିରଥି ସମ୍ପୂର୍ଣ ଗରିବ ଶ୍ରେଣୀର ହୋଇଥିବା ଵେଲେ ଘରେ ତାଙ୍କର ସ୍ତ୍ରୀ ଙ୍କ ସହ ୩ ବର୍ଷ ଓ ୧ ମାସ ର ଗୋଟିଏ ଶିଶୁ ଅଛନ୍ତି l ମୃତ ଭାଗିରଥିଙ୍କ ପରିବାରକୁ ସରକାରୀ ସାହାଯ୍ୟ ଯୋଗାଇ ଦେବାକୁ କେଲେଣ୍ଡା ଗ୍ରାମବାସୀଙ୍କ ପକ୍ଷରୁ ଦାବୀ ହେଉଛି l

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.