ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

କ୍ରସରରେ କାମ କରୁଥିବା ବେଳେ ଶ୍ରମିକ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ରହାଡପୁରଠାରେ ଶ୍ରମିକ ମୃତ । ଏକ କ୍ରସରରେ କାମ କରୁଥିବା ବେଳେ ଏହି ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ରହାଡପୁରରେ ଥିବା ଶିବଶକ୍ତି ମେଗା କ୍ରସରରେ ରବିବାର ସକାଳୁ ଶ୍ରମିକ ଜଣକ କାମ କରୁଥିବା ବେଳେ ଅସାବଧାନତା ଯୋଗୁଁ ବେଲ୍ଟରେ ଚାପି ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି । 

ତେବେ ଏହି ଦୁର୍ଘଟଣାରେ ଆଉ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ତାହା ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ବାଡ଼ ପକାଇ ମୃତଦେହକୁ ଅଟକ ରଖି ସମ୍ପାରୁ ନିକଟରେ ରାସ୍ତାରୋକ କରିଥିବା ବେଳେ ଘଟଣାସ୍ଥଳରେ ବଡ଼ଚଣା, ଧର୍ମଶାଳା, ଜେନାପୁର ଥାନାର ଅଧିକାରୀମାନେ ଉପସ୍ଥିତ ଅଛନ୍ତି । ଘଟଣାସ୍ଥଳରେ ଚାପା ଉତ୍ତେଜନା ରହିଛି । ମୃତକକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରାଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.