ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ଦ୍ୱିତୀୟ କ୍ଲାସିକାଲ ଗେମ୍‌ ଡ୍ର’, ଆଜି ଟାଇବ୍ରେକରେ ଫଳାଫଳ ନିର୍ଣ୍ଣୟ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ମହିଳାଙ୍କ ଜୀବନ ନେଲା କ୍ୱାକ୍‌ଙ୍କ ଭୁଲ୍ ଇଞ୍ଜେକସନ, ଥାନାରେ ଏତଲା ଦେଲେ ପରିବାର

Published By : Swapna Ray | July 26, 2025 11:37 AM

ତୁରେକେଲା, ୧୬/୬: ଦିନକୁ ଦିନ ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅଞ୍ଚଳରେ କ୍ୱାକ୍‌ଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି । ଭୁଲ୍ ଇଞ୍ଜେକ୍ସନ ଯୋଗୁଁ ଅନେକଙ୍କ ଜୀବନ ହାନି ଘଟୁଥିବା ଅଭିଯୋଗ ଆସୁଛି । ଏଭଳି ଏକ ଅଭିଯୋଗ ଆସିଛି ମହୁଲପାଟି ଗାଁରୁ । କ୍ୱାକ୍‌ର ଭୁଲ୍ ଇଞ୍ଜେକ୍ସନରେ ତୁରେକେଲା ବ୍ଲକ ମହୁଳପାଟି ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । 

ମହୁଲପାଟି ଗାଁର ଡିଙ୍ଗର ପୁଟା ତାଙ୍କ ସ୍ତ୍ରୀ ଭବାନୀ ପୁଟା ଚାଷ କାମ କରି ଘରକୁ ଫେରିଥିଲେ । ଭବାନୀଙ୍କ ହାତ ଗୋଡ଼ ବିନ୍ଧିବାରୁ ଲର୍କି ଗାଁର କ୍ୱାକ୍ ରଞ୍ଜିତ ମେହେର ମହୁଳପାଟି ଆସୁଥିଲେ । ତାଙ୍କଠାରୁ ଇଞ୍ଜେକ୍ସନ ନେଇଥିଲେ । କ୍ୱାକ ଜଣକ ମହିଳାଙ୍କୁ ଏକ ଇଞ୍ଜେକ୍ସନ ଦେବା ପରେ ମହିଳା ଜଣକ ହଠାତ୍ ଅଚେତ୍ ହୋଇପଡ଼ିଥିଲେ । ଅଚେତ୍ ଅବସ୍ଥାରେ ପରିବାର ଲୋକେ ତାଙ୍କୁ ତୁରେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି । ଯାହା ପରେ ପରିବାର ଲୋକେ ସମ୍ପୃକ୍ତ କ୍ୱାକ୍‌ ନାଁରେ ତୁରେକେଲା ଥାନାରେ ଅଭିଯୋଗ କରିଛନ୍ତି । ପୁଲିସ ଘଚଣାର ତଦନ୍ତ ଆରମ୍ଭ କରିଥିବା ବେଳେ କ୍ୱାକ୍ ଫେରାର ଥିବା ଥାନାରୁ ସୂଚନା ମିଳିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.