ଭୁବନେଶ୍ବର, ୨୩।୬ : ସମଗ୍ର ଓଡିଶାକୁ ଛୁଇଁଲା ମୌସୁମି। ରାଜ୍ୟର ସମସ୍ତ ଜିଲ୍ଲାକୁ ମୌସୁମୀ ବାୟୁ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ପ୍ରଭାବରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ହେବା। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାଣ୍ଣିଂ ଜାରି କରାଯାଇଛି।
ଏପଟେ ଆସନ୍ତା ୨୫ ବେଳକୁ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡିଶା ରେ ୨୫ ରୁ ୨୭ ପର୍ଯ୍ୟନ୍ତ ବର୍ଷା ବେବ । ଏହା ପରେ ୨୯ ତାରିଖ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାକି ଲଘୁଚାପର ରୂପ ନେବ ବୋଲି କହିଛନ୍ତି ସୋଆ ସିଇସି ମୁଖ୍ୟ ଶରତ ଚନ୍ଦ୍ର ସାହୁ । ଜୁଲାଇ ପ୍ରଥମ ସପ୍ତାହ ୨ ରୁ ୪ ତାରିଖ ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ରହିବ । ଜୁଲାଇ ପ୍ରଥମ ସପ୍ତାହରେ ଭଲ ବର୍ଷା ହେବ ବୋଲି ସେ ସୂଚନା ଦେଇଛନ୍ତି । ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ ରହୁଥିବାରୁ କାଳବୈଶାଖୀର ମଧ୍ୟ ପ୍ରଭାବ ରହିଛି। ୨୫ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।