ଭୁବନେଶ୍ଵର, ୧୮/୦୭ : ଶୁକ୍ରବାର ଅପରାହ୍ନରେ ରାଜ୍ୟରେ ବର୍ଷା ସମ୍ଭାବନା। ଭିଜିବ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶା। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରୁ ଓଡ଼ିଶା ମଧ୍ୟକୁ ପବନ ବହୁଛି। ବଙ୍ଗୋପସାଗରରୁ ଆସୁଥିବା ବାୟୁ ବର୍ଷା ସୃଷ୍ଟି କରିବ। ୨୦ରୁ ବର୍ଷାର ପରିମାଣ ବଢିବ। ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ। ଏନେଇ ସୋଆ ସିଇସି ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି। ସେହିପରି ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି।
ସୂଚନାନୁଯାୟୀ, ଦକ୍ଷିଣ ପୂର୍ବ ବଙ୍ଗୋପସାଗରରୁ ଓଡ଼ିଶା ମଧ୍ୟକୁ ପବନ ବହୁଛି। ଫଳରେ ଜଳୀୟବାଷ୍ପ ଅଧିକ ରହିବ। ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାରେ ମଧ୍ୟ ସହାୟକ ହେବ। ୨୦ ରୁ ବର୍ଷାର ପରିମାଣ ବଢ଼ିବ। ବିଶେଷ କରି ଦକ୍ଷିଣ ଓଡ଼ିଶା ପ୍ରଭାବିତ ହେବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ। ଆସନ୍ତା ଦୁଇ ଦିନ ସକାଳେ ଗରମ ଗୁଳୁଗୁଳି ଅନୂଭୁତ ହେବ ଅପରାହ୍ନରେ ବର୍ଷା ହେବ। ଖାସ୍ କରି ଉପକୂଳ ସମେତ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହୁଛି। ପାଣିପାଗ କେନ୍ଦ୍ର ଆସନ୍ତା ୨୪ ଘଣ୍ଟାରେ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ, ଅନୁଗୁଳ , ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ବର ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।