ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ମାରଣାସ୍ତ୍ର ଦେଖାଇ ଯୋଗ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

Published By : Anindita Ratha | June 19, 2025 3:11 PM

କେନ୍ଦ୍ରାପଡ଼ା,୧୯/୦୬: ମାରଣାସ୍ତ୍ର ଦେଖାଇ ଯୋଗ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଗୁରୁତର ଅବସ୍ଥାରେ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ସଦର ଥାନା ଅନ୍ତର୍ଗତ ମୁଣ୍ଡାଳ ଗାଁରୁ ସାମ୍ନାକୁ ଆସିଛି ଏହି ଘଟଣା। ତେବେ ଅଭିଯୁକ୍ତ ଜଣଙ୍କ ସ୍ଥାନୀୟ ମୁଣ୍ଡାଳ ଗାଁର ବାପି ମଲିକ ବୋଲି ଜାଣିବାକୁ ମିଳିଛି। 

ଅଭିଯୋଗ ଅନୁଯାୟୀ, ସ୍ଥାନୀୟ ଏକ ସ୍ୱାସ୍ଥ୍ୟକେନ୍ଦ୍ରରେ ପୀଡ଼ିତା ମହିଳା ଯୋଗ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରନ୍ତି । ହେଲେ ବୁଧବାର ରାତି ପ୍ରାୟ ଗୋଟାଏ ବେଳେ ମୁଣ୍ଡାଳ ଗାଁରେ ଥିବା ତାଙ୍କ ଭଡ଼ାଘର କବାଟ ଭାଙ୍ଗି ଜଣେ ଯୁବକ ଘର ଭିତରକୁ ପଶି ଥିଲେ। ଶିକ୍ଷୟିତ୍ରୀ ଜଣକ ଘରେ ଶୋଇଥିବା ବେଳେ ହଠାତ୍ ତାଙ୍କ ନିଦ ଭାଙ୍ଗିଯାଇଥିଲା ।  ସେହି ସମୟରେ ଯୁବକଙ୍କୁ ମୁହଁରେ କଳା କପଡା ବାନ୍ଧି ହାତରେ ଏକ ଧାରୁଆ ଅସ୍ତ୍ର ଧରିଥିବା ମହିଳା ଜଣକ ଦେଖିବାକୁ ପାଇଥିଲେ । ପାଟି କଲେ ଜୀବନରେ ମାରିଦେବା ପାଇଁ ଯୁବକ ମହିଳାଙ୍କୁ ଧମକ ଦେବା ସହ ମହିଳାଙ୍କୁ ଦୁଷ୍କର୍ମ କରିଥିଲେ । ମହିଳା ବଳ ପ୍ରୟୋଗ କରି ଯୁବକଙ୍କ ମୁହଁରୁ କପଡା ଟାଣି ଦେବା ପରେ ସେ ସ୍ଥାନୀୟ ମୁଣ୍ଡାଳ ଗାଁର ବାପି ମଲିକ ବୋଲି ଜାଣିବାକୁ ପାଇଥିଲେ । ଏହାପରେ ପୀଡିତା ଶିକ୍ଷୟିତ୍ରୀ ଚିତ୍କାର କରିବାରୁ ଅଭିଯୁକ୍ତ ଯୁବକ ଦୌଡ଼ି ପଳାଇଥିଲେ । ଏନେଇ ପୀଡ଼ିତାଙ୍କ ପକ୍ଷରୁ ସ୍ଥାନୀୟ ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଅଭିଯୋଗ ପାଇ ସଦର ପୁଲିସ ଘଟଣାର ତଦନ୍ତ କରୁଛି ।






Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.