ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଯୋଗୀ ସରକାରଙ୍କ ବଡ଼ ନିଷ୍ପତ୍ତି, ସଂସ୍କୃତ ସ୍କୁଲ୍‌-କଲେଜରେ ଛାତ୍ରବୃତ୍ତି ବୃଦ୍ଧି

Image Courtesy: indiatvnews

ଲକ୍ଷ୍ନୌ: ସଂସ୍କୃତ ଭାଷାକୁ ପ୍ରୋତ୍ସାହନ ଦେବାକୁ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ବଡ଼ ଘୋଷଣା କରିଛନ୍ତି । ସଂସ୍କୃତ ବିଦ୍ୟାର୍ଥୀଙ୍କ ଛାତ୍ରବୃତ୍ତି ବଢ଼ାଇଛନ୍ତି ରାଜ୍ୟ ସରକାର ।ଦୀର୍ଘ ୨୪ ବର୍ଷ ପରେ ସଂସ୍କୃତ ବିଦ୍ୟାଳୟ ଏବଂ ମହାବିଦ୍ୟାଳର ଛାତ୍ରଛାତ୍ରୀଙ୍କ ଛାତ୍ରବୃତ୍ତି ବଢ଼ାଇବାକୁ ନିଷ୍ପତ୍ତି ନେଇଛି ରାଜ୍ୟ କ୍ୟାବିନେଟ । ରାଜ୍ୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ଲାଗି ୫୦ ଟଙ୍କା ଏବଂ ଅଷ୍ଟମ ଶ୍ରେଣୀର ଛାତ୍ରାଛାତ୍ରୀଙ୍କୁ ପ୍ରତ୍ୟେକ ମାସ ୭୫ ଟଙ୍କା ଛାତ୍ରବୃତ୍ତି ମିଳିବ । 

ସେହିଭଳି ନବମ ଓ ଦଶମ ଶ୍ରେଣୀ ଲାଗି ୧୦୦ ଟଙ୍କା ଛାତ୍ରବୃତ୍ତି ଧାର୍ଯ୍ୟ ହୋଇଥିବା ବେଳେ ଏକାଦଶ ଓ ଦ୍ବାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ଲାଗି ୧୫୦ ଟଙ୍କା ଲେଖାଏଁ ଛାତ୍ରବୃତ୍ତି ଘୋଷଣା କରାଯାଇଛି । ଗ୍ରାଜୁଏସନ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ବାବଦରେ ପ୍ରତିମାସ ୨୫୦ ଟଙ୍କା ଲେଖାଏଁ ଦେବେ ସରକାର । 

ଦୁନିଆର ସବୁଠାରୁ ପ୍ରାଚୀନ ଭାଷା ମଧ୍ୟରୁ ଅନ୍ୟତମ ସଂସ୍କୃତ ଭାଷାକୁ ପ୍ରୋତ୍ସାହିତ କରିବା ଲାଗି ଉତ୍ତର ପ୍ରଦେଶ କ୍ୟାବିନେଟ୍‌ ବଡ଼ ପଦକ୍ଷେପ ଗ୍ରହଣ କରିଛି । ଆଜି (ମଙ୍ଗଳବାର) ଲୋକ ଭବନରେ ଆୟୋଜିତ କ୍ୟାବିନେଟ ବୈଠକ ହୋଇଥିଲା । ଏହି ବୈଠକ ପ୍ରାୟ ଏକ ଘଣ୍ଟା ଧରି ଚାଲିଥିଲା । ସଂସ୍କୃତ ସବୁ ଭାଷାର ଜନନୀ ହୋଇଥିବାରୁ ତେଣୁ ଏହି ଭାଷା ଉପରେ ସରକାର ବିଶେଷ ଗୁରୁତ୍ବ ଦେଉଛନ୍ତି ବୋଲି ବୈଠକରେ ପରେ ସୂଚନା ଦିଆଯାଇଛି । 

ଆଜିର ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବ୍ରଜେଶ ପାଠକ ଉପସ୍ଥିତ ଥିଲେ । ଏହା ସହ ସମସ୍ତ କ୍ୟାବିନେଟ୍‌ ମନ୍ତ୍ରୀ ଉପସ୍ଥିତ ଥିଲେ । ଏହି ବୈଠକରେ ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।ଏହା ବ୍ୟତୀତ ୧୪ଟି ପ୍ରସ୍ତାବ ଆଗତ ହୋଇଥିଲା । 

  • uttarpradesh
  • Yogi Adityanath
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.