ମେଷ : ଅପରାହ୍ନ ୧ ଘଣ୍ଟା ୩୬ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଓ ପରେ ଘାତଚନ୍ଦ୍ର, ଘାତବାର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆଥିôର୍କ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଅପରାହ୍ନ ୧ଟା ୩୬ମିନିଟ୍ ପର୍ଯ୍ୟନ୍ତ ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଏହା ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅର୍ଜିଥିବା ଆୟ ବଦ୍ଖର୍ଚ୍ଚରେ ଯିବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଦଶମ ଓ ଏକାଦଶ ଚନ୍ଦ୍ର, ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା: ୧୨, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ନବମ ଓ ଦଶମ ଚନ୍ଦ୍ର, ରବିବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ଅପରାହ୍ନ ୧ଟା ୩୬ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଏହା ପରେ ନବମ ଚନ୍ଦ୍ର ଯୋଗୁ ହୃତଗୌରବ ଫେରିବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା: ମା’ ମାତଙ୍ଗୀ ।

କନ୍ୟା : ଅପରାହ୍ନ ୧ଟା ୩୬ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ କିଛିଟା ସଫଳତା ମିଳିବ । ଏହା ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଅଯଥା ଖର୍ଚ୍ଚ ଓ ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ହସ୍ତା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମରେ ଯୋଗଦେବେ । ଶରୀର ରୋଗମୁକ୍ତ ହେବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।

ବିଛା : ପଞ୍ଚମ ଓ ଷଷ୍ଠ ଚନ୍ଦ୍ର ଯୋଗୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ ଏବଂ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମାର ବିକାଶ ଘଟିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ପାରିବାରିକ ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ଧନୁ : ଅପରାହ୍ନ ୧ଟା ୩୬ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ଗୁୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଆର୍ଥିକ ଠକାମିରେ ପଡ଼ିବେ ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବାଧାବିଘ୍ନ ଲାଗି ରହିବ । ଏହା ପରେ ପଞ୍ଚମ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଅପରାହ୍ଣ ୧ଟା ୩୬ ମିନିଟ୍ ପର୍ଯ୍ୟନ୍ତ ତୃତୀୟ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ । ଏହା ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ । ଏହା ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣା ମକର, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଏବଂ ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଧନର ସତ୍ ବିନିଯୋଗ କରିବେ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ମୀନ : ଶ୍ରୀଚନ୍ଦ୍ର ଓ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରା କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ସୁଯୋଗ ମିଳିବ ଏବଂ ସୁଖବର, ସୁସମ୍ବାଦ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩