ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ମଠ ନିକଟରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | March 5, 2025 2:27 PM

ଭୁବନେଶ୍ୱର,୦୫/୦୩: ଲୁଣିଗାଁ ସାଧୁ ବାବା ମଠ ନିକଟରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଯୁବକ ଜଣକ ନିକଟବର୍ତ୍ତୀ ପୋଦନା ଗାଁର ଦାମୋଦର ସେନାପତି (୨୬) ବୋଲି ଜଣାପଡ଼ିଛି । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲା ନିଆଳୀ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମପତାବକ, ପୋଦନା ଗାଁର ଦାମୋଦର ସେନାପତି ସପ୍ତାହେ ତଳେ ନିଖୋଜ ହୋଇଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳିନଥିଲା । ଏନେଇ ଥାନାରେ ଅଭିଯୋଗ କରିଥିଲେ ଯୁବକଙ୍କ ପରିବାର ଲୋକେ । ପୋଲିସ ଖୋଜାଖାଜି ଜାରି ରଖିଥିବା ବେଳେ ଆଜି ଲୁଣିଗାଁ ସାଧୁ ବାବା ମଠ ନିକଟରେ ଯୁବକଙ୍କ ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ନିଆଳୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି । ସେଠାରେ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.