ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଗାଧୋଇବା ବେଳେ ମହାନଦୀରେ ବୁଡ଼ି ଯାଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ

Published By : Harapriya Sethi | March 16, 2025 2:47 PM

ଭୁବନେଶ୍ୱର,୧୬/୦୩: ମହାନଦୀରେ ବୁଡ଼ି ନିଖୋଜ ଯୁବକଙ୍କ ମିଳିଲା ମୃତଦେହ । ହୋଲି ଖେଳି ସାରି ମହାନଦୀରେ ଗାଧୋଇବାକୁ ଯାଇ ବୁଡି ଯାଇଥିଲେ ଯୁବକ । ମୃତକ ହେଲେ ମଙ୍ଗରାଜପୁର ଗାଁର ପ୍ରମୋଦ ରାଉତ । ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ନିକଟସ୍ଥ ମେଡିକାଲକୁ ପଠାଇଛି ପୋଲିସ । କଟକ ଜିଲ୍ଲାରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଶନିବାର ହୋଲି ଖେଳ ସାରି ୩ ଜଣ ସାଙ୍ଗ ଏକାଠି ହୋଇ ଗାଧୋଇବାକୁ ବଡମ୍ବା ଭଟ୍ଟାରିକା ପୀଠ ସ୍ଥିତ ମହାନଦୀକୁ ଯାଇଥିଲେ । ଗାଧୋଉଥିବା ବେଳେ ଏକ ଗଣ୍ଡରେ ୩ ଜଣ ଯୁବକ ବୁଡ଼ି ଯାଉଥିବା ଦେଖି ଜଣେ ସ୍ଥାନୀୟ ନାବିକ ହୁଲି ଡ଼ଙ୍ଗାରେ ସଙ୍ଗେ ସଙ୍ଗେ ଦୁଇ ଜଣଙ୍କୁ ଉଦ୍ଧାର କରିଥିଲେ । ଆଉ ଜଣଙ୍କୁ ଉଦ୍ଧାର ପାଇଁ ଗଲାବେଳକୁ ସେ ନିଖୋଜ ହୋଇଯାଇଥିଲେ। ବହୁ ସମୟ ଧରି ଖୋଜାଖୋଜି ପରେ ବି ତାଙ୍କର କୌଣସି ପତ୍ତା ମିଳିନଥିଲା । ଏପରିକି ରାତି ହୋଇଯିବାରୁ ଉଦ୍ଧାର କାର୍ଯ୍ୟ ବନ୍ଦ ହୋଇଥିଲା। ରବିବାର ଦିନ ସକାଳୁ ସକାଳୁ ପୁଣି ଥରେ ଆରମ୍ଭ ହୋଇଥିଲା ଉଦ୍ଧାର କାର୍ଯ୍ୟ । ବଡ଼ମ୍ବା ଥାନା ପଦ୍ମାବତୀ ଘାଟ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ମୃତଦେହ ମିଳିବା ପରେ ବ୍ୟବଚ୍ଛେଦ ପାଇଁ ବଡ଼ମ୍ବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ଅଧିକ ତଦନ୍ତ ଜାରି ରହିଛି ପୋଲିସ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.