ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, କ୍ଷତି ପୂରଣ ଦାବିରେ ପରିବାର ଲୋକଙ୍କ ରାସ୍ତାରୋକ

Published By : Harapriya Sethi | October 27, 2024 11:02 AM

ଭବାନୀପାଟଣା,୨୭/୧୦: ବିଜୁ ଏକ୍ସପ୍ରେସ ୱେ ବେହେରା ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ଛତାଗୋଏରା ଗାଁର ଛବିଲାଲ ନାଗ ବୋଲି ଜଣା ପଡିଛି । କଳାହାଣ୍ଡି ଜିଲ୍ଲା ବିଜୁ ଏକ୍ସପ୍ରେସ ୱେ ବେହେରା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘିଟିଛି ।

ସୂଚନା ମୁତାବକ, ଛତାଗୋଏରା ଗାଁର ଛବିଲାଲ ନାଗ ବିଜୁ ଏକ୍ସପ୍ରେସ ୱେ ବେହେରା ପେଟ୍ରୋଲ ପମ୍ପ ଦେଇ ଯାତ୍ରା କରୁଥିଲେ । ଏହି ସମୟରେ ଏକ ଅଜଣା ଗାଡ଼ି ଆସି ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା । ଫଳରେ ସେ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା । ତେବେ ଏହି ଘଟଣାରେ ଉତ୍ୟକ୍ତ ହୋଇ କ୍ଷତି ପୂରଣ ଦାବିରେ ଧର୍ମଗଡ - ନବରଙ୍ଗପୁର ବିଜୁ ଏକ୍ସପ୍ରେସୱେ ବେହେରା ପେଟ୍ରୋଲ ପମ୍ପ ନିକଟରେ ମୃତକଙ୍କ ପରିବାର ଏବଂ ଗ୍ରାମବାସୀ ରାସ୍ତା ରୋକ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.