ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | December 16, 2024 12:08 PM

ବୌଦ୍ଧ,୧୬/୧୨: ଟିକରପଡ଼ା ଗ୍ରାମ ପଞ୍ଚାୟତ ଶାସନମୁଣ୍ଡା ଗ୍ରାମ ନିକଟ ଜଙ୍ଗଲର ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଗୁନ୍ଦୁଲିଆ ପଞ୍ଚାୟତ ଉଡାମୁଡ ଅଞ୍ଚଳର ଯୁବକ ରଞ୍ଜିତ ମଲ୍ଲିକ ବୋଲି ଜଣାପଡ଼ିଛି । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ବୌଦ୍ଧ ଆଦର୍ଶ ଥାନା ବଘିଆପଡା ଫାଣ୍ଡି ଅନ୍ତର୍ଗତ ଟିକରପଡ଼ା ଗ୍ରାମ ପଞ୍ଚାୟତ ଶାସନମୁଣ୍ଡା ଗ୍ରାମ ନିକଟ ଜଙ୍ଗଲରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ରଞ୍ଜିତ ମଲ୍ଲିକ କିଛି ମାସ ହେବ ଶାସନମୁଣ୍ଡା ଗ୍ରାମରେ ଆସି ଜଣେ ସମ୍ପର୍କୀୟଙ୍କ ଘରେ ରହୁଥିଲେ । ତେବେ ସୋମବାର ସକାଳେ ତାଙ୍କ ମୃତଦେହ ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ବଘିଆପଡା ଫାଣ୍ଡି ଓ ବୌଦ୍ଧ ଥାନା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ବୌଦ୍ଧ ପୋଲିସ ସାଇଣ୍ଟିଫିକ ଟିମ ସହ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବୌଦ୍ଧ ଡାକ୍ତରଖାନା ପଠାଇଥିବା ଜଣାପଡିଛି । ତେବେ ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା, ସେ ନେଇ ଆଦର୍ଶ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.