ପ୍ରମୂଖ ଖବର
  • ଇଷ୍ଟଦେବୀଙ୍କୁ ଲାଗି ହେଲା ନବାନ୍ନ, ସମ୍ବଲପୁର ଅଧିଷ୍ଠାତ୍ରୀ ମା ସମଲେଶ୍ବରୀଙ୍କୁ ଲାଗି ହେଲା ନବାନ୍ନ
  • ||
  • ଆସନ୍ତା ୩୦ରୁ ଭିତରକନିକାରେ ପକ୍ଷୀ ଗଣନା, ପ୍ରତି ଦଳରେ ୭ ଜଣ ସାମିଲ ହେବେ
  • ||
  • କନ୍ଧମାଳ: ଦୋକାନ ଭିତରକୁ ମାଡ଼ିଗଲା କାର୍‌; ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର
  • ||
  • ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ
  • ||
  • LOC ନିକଟ ଗୁରେଜ ସେକ୍ଟରରେ ଏନକାଉଣ୍ଟର, ୨ ଆତଙ୍କୀ ନିହତ
  • ||
  • ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା, ଗାଁ ଖୁଇଲ୍‌ ଗହଗହ
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୩୦ ଯାଏ ବିକ୍ଷିପ୍ତ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଆଲର୍ଟ
  • ||

ପୁରୀରେ ଆତଙ୍କ ଖେଳାଇଲେ ଦୁର୍ବୃତ୍ତ, ମରଣାନ୍ତକ ଆକ୍ରମଣରେ ଯୁବକ ଗୁରୁତର

Published By : Suraj Kumar | August 28, 2025 6:27 PM

ପୁରୀ,୨୮।୮ :  ପୁଣି ପୁରୀରେ ଆତଙ୍କ ଖେଳାଇଲେ ଦୁର୍ବୃତ୍ତ। ବିଚ୍ ରାସ୍ତାରେ ଗୋଡେଇ ଗୋଡେଇ ଗାଡ଼ି ଡ଼୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ। ପୁରୀ ଗୁଣ୍ଡିଚା ମନ୍ଦିର ପଛପଟେ ଘଟିଛି ଏଭଳି ଘଟଣା। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ହେଲେ  କୃଷ୍ଣପ୍ରସାଦ ଅଞ୍ଚଳର ସୁକାନ୍ତ କୁମାର ପଲ୍ଲେଇ। ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ ତାଳବଣିଆ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ଗୁଣ୍ଡିଚା ମନ୍ଦିର ନିକଟରେ ଥିବା ଏକ ଦୋକାନରେ ସୁକାନ୍ତ ଠିଆ ହୋଇଥିଲେ। ସେହି ସମୟରେ ଚିକେନ ଦୋକାନୀ ତାଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ କରିଥିବା ସୁକାନ୍ତ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ ପରେ ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ସେପଟେ ପୁରୀ ରେ ଦିନ ଦ୍ବିପହରରେ ଦୁର୍ବୃତ୍ତମାନଙ୍କ ଆତଙ୍କରାଜକୁ ଦେଖି ସହରବାସୀ ଓ ପର୍ଯ୍ୟଟକ ଭୟଭୀତ ହୋଇ ପଡିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.