ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼, ଯୁବକ ଆହତ

Published By : Harapriya Sethi | November 29, 2024 11:23 AM

ଅନୁଗୁଳ, ୨୯/୧୧: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପାତ୍ରପଡ଼ାରେ ଗୁଳି ମାଡ଼ । ଏହି ଗୁଳିମାଡ଼ରେ ଜଣେ ଯୁବକ ଆହତ ହୋଇଛନ୍ତି । ଆହତ ଯୁବକ ଜଣକ ମିଲୁ ବେହେରା ବୋଲି ଜଣାପଡ଼ିଛି । ତାଙ୍କ ବାମ ଗୋଡ ଆହତ ହୋଇଥିବା ବେଳେ ଅନୁଗୁଳ ବାଗଡିଆ ଥାନା ପାତ୍ରପଡା ଗାଁରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ମିଲୁ ବେହେରା ଓ ତାଙ୍କ ଭେଣାଇଁଙ୍କ ବଡ଼ ଭାଇ ପ୍ରଶାନ୍ତ ବେହେରାଙ୍କ ମଧ୍ୟରେ କିଛି ଦିନ ହେବ ପାରିବାରିକ କଳହ ଲାଗିରହିଥିଲା । ପରେ ଧିରେ ଧିରେ ଏହି ଗଣ୍ଡଗୋଳ ଉଗ୍ରରୂପ ନେଇଥିଲା । ଏଥିରେ ଉତ୍ୟକ୍ତ ହୋଇ ପ୍ରଶାନ୍ତଙ୍କ ବନ୍ଧୁ ମିଲୁଙ୍କ ଉପରକୁ ଗୁଳି ଚଳାଇଥିଲେ । ମିଲୁଙ୍କ ବାମ ଗୋଡ଼ରେ ଗୁଳି ବାଜିବାରୁ ସେ ଆହତ ହୋଇଥିବା ନେଇ ବାଗଡ଼ିଆ ଥାନାରେ ଅଭିଯୋଗ ହୋଇଛି । ଉକ୍ତ ଅଭିଯୋଗ ଆଧାରରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ମିଲୁ ବେହେରାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.