ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ରାସ୍ତା ପାର ହେବା ବେଳେ ଧକ୍କା ଦେଲା କାର୍‌, ଚାଲିଗଲା ଯୁବକଙ୍କ ଜୀବନ

Published By : Harapriya Sethi | May 5, 2025 2:24 PM

ଗୋଳନ୍ଥରା, ୦୫/୦୫: ୧୬ ନମ୍ୱର ଜାତୀୟ ରାଜପଥ ପାର ହେଉଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା କାର୍‌ । ଚାଲିଗଲା ଯୁବକଙ୍କ ଜୀବନ । ମୃତକ ହେଲେ ଭାଳିଆଗଡ ଗାଁର ଟୁକୁନା ସେଠୀ (୪୦) ବୋଲି ଜଣା ପଡିଛି । ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଭାଳିଆଗଡ଼ ୧୬ ନମ୍ୱର ଜାତୀୟ ରାଜପଥରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଶନିବାର ବିଳମ୍ୱିତ ରାତିରେ ଟୁକୁନା ଚାଲି ଚାଲି ନିଜ ଗାଁ ଭାଲିଆଗଡ଼କୁ ଯିବା ପାଇଁ ୧୬ ନମ୍ୱର ଜାତୀୟ ରାଜପଥ ପାର ହେଉଥିଲେ । ଏହି ସମୟରେ ଇଚ୍ଛାପୁର ପଟୁ ଏକ କାର୍‌ ଦ୍ରୁତ ଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଟୁକୁନା ଗୁରୁତର ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ଭୋର ସମୟରେ ତାଙ୍କ ମୃତ୍ୟୁ ହୋଇଛି । ଏ ନେଇ ଟୁକୁନାଙ୍କ ପତ୍ନୀ ହୀରା ସେଠୀ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏନେଇ ମାମଲା ରୁଜୁ କରି ଦୁର୍ଘଟଣା ଘଟେଇଥିବା କାର୍‌କୁ ଜବତ କରି ତଦନ୍ତ ଚଳେଇ ଥିବା ପୋଲିସ ସୂଚନା ଦେଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.