ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ମହିଳାଙ୍କୁ ହତ୍ୟା କରି ପୋତିଦେଲା ଯୁବକ, ମାଟିତଳୁ ଉଦ୍ଧାର ହେଲା ମୃତଦେହ

Published By : Harapriya Sethi | January 22, 2025 8:56 AM

କରଞ୍ଜିଆ,୨୨/୦୧: ମହିଳାଙ୍କୁ ମାରି ମାଟିତଳେ ପୋତିଦେଲା ଯୁବକ । ୫ ଦିନ ପରେ ମୃତଦେହ ଉଦ୍ଧାର କଲା ପୋଲିସ । ମୃତ ମହିଳା ଜଣକ ହେଉଛନ୍ତି ଚମ୍ପୁଆ ନିକଟ ରାରୁଆଁଗଡା ଗାଁର ପାଟ କାରୁଆ ଏବଂ ହତ୍ୟାକାରୀ ସନାରାମ ହେସା ପିଙ୍ଗୁଆ ବୋଲି ଜଣାପଡ଼ିଛି । ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ବୈଦ୍ୟନାଥ ଗ୍ରାମ ପଞ୍ଚାୟତ ମହୁଲଡିହା ଗାଁରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ପାଟ କାରୁଆ ଦୀର୍ଘ ବର୍ଷ ହେବ ସନାରାମ ହେସା ପିଙ୍ଗୁଆ ସହ ମହୁଲଡିହା ଗାଆଁରେ ଏକାଠି ରହି ଆସୁଥିଲେ । ତେବେ ଜାନୁଆରୀ ୧୪ ରୁ ୧୬ ତାରିଖ ମଧ୍ୟରେ ଯୁବକ ଜଣକ ମହିଳାଙ୍କୁ ହତ୍ୟା କରିଥିଲା ଏବଂ ତାଙ୍କ ମୃତଦେହକୁ ପୋତି ଦେଇ ଫେରାର ହୋଇଯାଇଥିବା ନେଇ ସୂଚନା ଦେଇଛି ପୋଲିସ । ଏନେଇ କୌଣସି ସୂତ୍ରରୁ ଖବର ପାଇ ରରୁଆଁ ପୋଲିସ୍ ମୃତଦେହକୁ ମାଟିତଳୁ ଉଦ୍ଧାର୍ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ରରୁଆଁ ଥାନାରେ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି । ଅଭିଯୁକ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.