ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

କିରୋସିନ ଢାଳି ଯୁବତୀଙ୍କ ଆତ୍ମହତ୍ୟା

Published By : Gurupada Nath | July 18, 2025 5:50 PM

ବଡ଼ମ୍ବା,୧୮/୭ :  ବଡ଼ମ୍ବା ବ୍ଲକ ଅନ୍ତର୍ଗତ ସାନବାରସିଂ ଗ୍ରାମର ଦୁର୍ଯ୍ୟୋଧନ ସ୍ୱାଇଁ ଏବଂ ରିତାଞ୍ଜଳୀ ସ୍ୱାଇଁଙ୍କ ଝିଅ ମନୀଷା (୨୦) ଦେହରେ କିରୋସିନ ଢାଳି ଆତ୍ମହତ୍ୟା କରିଛନ୍ତି। ସୂଚନା ଅନୁସାରେ ମନୀଷା ଉକ୍ତ ଗ୍ରାମର ଏକ ଯୁବଙ୍କଙ୍କୁ ଭଲ ପାଇଥିଲେ । ଏ ନେଇ ପରିବାର ପକ୍ଷରୁ ବିଭିନ୍ନ ସମୟରେ ଝିଅକୁ ବାରଣ କରାଯାଇଥିଲା । ଫଳରେ ଗୁରୁବାର ଅପରାହ୍ନ ସମୟରେ ଘରେ ଏକୁଟିଆ ଥିବାବେଳେ ସେ କୌଣସି କଥାକୁ ନେଇ ନିଜ ଦେହରେ କିରୋସିନ ଢାଳି ହୋଇ ନିଆଁ ଲଗାଇ ଦେଇଥିଲେ। ସଙ୍ଗେ ସଙ୍ଗେ ଘର ଲୋକ ତୁରନ୍ତ ତାଙ୍କୁ ଉଦ୍ଧାର କରି ବଡମ୍ବା ମେଡିକାଲକୁ ଚିକିତ୍ସା ପାଇଁ ପଠାଯାଇଥିବାବେଳେ ସେଠି ଅବସ୍ଥା ସଂକଟାପନ୍ନ ହେବାରୁ ଡାକ୍ତର ତାଙ୍କୁ କଟକ ବଡ଼ ମେଡିକାଲକୁ ରେଫର୍ କରିଥିଲେ । ତେବେ ଗତକାଲିଠୁ ତାଙ୍କର ଚିକିତ୍ସା ଚାଲିଥିବାବେଳେ ଆଜି ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୁତ୍ୟୁ ଘଟିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.