ପ୍ରମୂଖ ଖବର
  • ମଙ୍ଗଳବାର ଏନଡିଏ ସଂସଦୀୟ ଦଳର ବୈଠକ, ସାଂସଦଙ୍କୁ ସମ୍ବୋଧନ କରିବେ ପିଏମ ମୋଦୀ
  • ||
  • ଓଭାଲରେ ଇଂଲଣ୍ଡର ଭାଙ୍ଗିଲା ଗର୍ବ; ପଞ୍ଚମ ଟେଷ୍ଟକୁ ୬ ରନରେ ଜିତିଲା ଭାରତ, ସିରିଜ୍ ବରାବର
  • ||
  • ଭଦ୍ରକ : ରେଲ୍‌ ୱେ ଟ୍ରାକ୍‌ରେ କଟି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଧାରଣା
  • ||
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

ଦ୍ରୁତ ଗତି ଯୋଗୁଁ ହମ୍ପସ୍‌ରେ ଜମ୍ପ୍ ମାରିଲା ସ୍କୁଟି, ଚାଲିଗଲା ଯୁବତୀଙ୍କ ଜୀବନ

Published By : Rasmita Pradhan | August 4, 2025 3:09 PM

ଖଲ୍ଲିକୋଟ, ୪/୮ : ୧୬ ନମ୍ବର ଜାତୀୟ ରାଜପଥ ଗଣ୍ଡାପଲ୍ଲୀ ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା। ହମ୍ପସ୍‌ରେ ସ୍କୁଟିରୁ ଖସିପଡ଼ି ଚାଲିଗଲା ଯୁବତୀଙ୍କ ଜୀବନ। ସୋମବାର ମଧ୍ୟାହ୍ନ ସମୟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣଙ୍କ ପୁରୀ ଜିଲ୍ଲା ପାରିକୁଦ ଅଞ୍ଚଳର ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ପାରିକୁଦ ଅଞ୍ଚଳର ଜଣେ ଯୁବତୀ ସୋମବାର ମଧ୍ୟାହ୍ନରେ କେଶପୁର ପଟୁ ନିଜ ଗ୍ରାମକୁ ସ୍କୁଟି ଯୋଗେ ଫେରୁଥିଲେ। ଗଣ୍ଡାପଲ୍ଲୀ ନିକଟରେ ରାସ୍ତାରେ ଥିବା ହମ୍ପସକୁ ଦେଖି ପାରିନଥିଲେ। ଦ୍ରୁତ ଗତିରେ ଯାଉଥିବା ଯୋଗୁଁ ସ୍କୁଟି ହମ୍ପସ୍ ଉପରେ ଜମ୍ପ ମାରିଥିଲା। ଫଳରେ ଯୁବତୀ ଜଣଙ୍କ ସ୍କୁଟି ଉପରୁ ଛିଟିକି ପଡ଼ି ରାସ୍ତା ଉପରେ କଚାଡ଼ି ହୋଇପଡ଼ିଥିଲେ। ଯୁବତୀଙ୍କ ମୁଣ୍ଡ ରାସ୍ତାରେ ପିଟି ହୋଇଯାଇଥିଲା। ଦୁର୍ଘଟଣା ସ୍ଥଳରେ ହିଁ ଯୁବତୀଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଖଲ୍ଲିକୋଟରୁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯୁବତୀଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା। ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.