ଗଞ୍ଜାମ , ୭।୧୦ : ଗଞ୍ଜାମ ଜିଲ୍ଲା ସଦରଥାନା ଅନ୍ତର୍ଗତ କୁକୁଡାଖଣ୍ଡି ବ୍ଲକ ସମ୍ମୁଖରେ ଜଣେ ଯୁବତୀ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ଯୁବତୀ ଜଣକ ହେଲେ ରାଣୀ ପ୍ରଧାନ ।
ସଦରଥାନା ଅନ୍ତର୍ଗତ କୁକୁଡାଖଣ୍ଡି ବ୍ଲକ ସମ୍ମୁଖରେ ରାଣୀ ପ୍ରଧାନ(୨୧) ଶରୀରରେ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ। ସ୍ଥାନୀୟ ଲୋକେ ଜଳୁଥିବା ଯୁବତୀଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରିତିଲେ । ଆତ୍ମହତ୍ୟା ଉଦ୍ୟମର କାରଣ ମଦ୍ୟପ ବାପାର ଅତ୍ୟାଚାର ସହିନ ପରି ଏଭଳି କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।