ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଯୁବତୀଙ୍କ ଗଳା କାଟି ହତ୍ୟା, ପ୍ରେମିକାର ଜୀବନ ନେଲା ବିଫଳ ପ୍ରେମିକ !

Published By : Rasmita Pradhan | February 24, 2025 2:17 PM

ସୋର, ୨୪/୦୨ : ଏକତରଫା ପ୍ରେମରୁ ବିଭତ୍ସ ହତ୍ୟା। ପ୍ରେମରେ ବିଫଳ ହେବାରୁ ପ୍ରେମିକାର ଜୀବନ ନେଲା ପ୍ରେମିକ। ଯୁବତୀଙ୍କ ଗଳା କାଟି ହତ୍ୟା। ସୋର ପୌରପାଳିକା ଅନ୍ତର୍ଗତ ଲିଙ୍ଗପଡା ଗ୍ରାମରେ ଘଟିଛି ଏଭଳି ବିଭତ୍ସ ହତ୍ୟାକାଣ୍ଡ। 

ସୂଚନାନୁଯାୟୀ, ସୋର ପୌରାଞ୍ଚଳ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା (୨୫ ବର୍ଷ) ଭୁବନେଶ୍ଵରରେ ଏକ ଘରୋଇ ସଂସ୍ଥାରେ କାମ କରୁଥିଲେ। ଦୁଇ ମାସ ତଳେ ସେ ଘରୁ ଆସିଥିଲେ। ଆଜି ଘରେ କେହି ନଥିବା ବେଳେ ଜ୍ୟୋତିର୍ମୟୀଙ୍କ ଗଳା କାଟି କେହି ହତ୍ୟା କରିଦେଇଥିଲା। କିଛି ସମୟ ପରେ ଘର ଲୋକ ଫେରି ଝିଅକୁ ରକ୍ତାକ୍ତ ଅବସ୍ଥାରେ ଦେଖି ତୁରନ୍ତ ସୋର ଡାକ୍ତରଖାନାକୁ ଆଣିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗତ ଦୁଇ ଦିନ ତଳେ ବାସୁଦେବପୁର ଅଞ୍ଚଳର ଜଣେ ଯୁବକ ହଇରାଣ କରୁଥିବା ନେଇ ଜ୍ୟୋତିର୍ମୟୀ ସୋର ଥାନାରେ ଅଭିଯୋଗ କରିଥିଲେ। ପ୍ରେମରେ ବିଫଳ ହେବାରୁ ଯୁବକ ଜଣଙ୍କ ଏହି ହତ୍ୟାକାଣ୍ଡ ଘଟାଇଥାଇ ପାରେ ବୋଲି ଅନୁମାନ କରାଯାଉଛି। 

ଏହି ଖବରଟିକୁ ପଢନ୍ତୁ-ବରଯାତ୍ରୀରେ ମର୍ଡର ପ୍ଲାନ୍‌: ମଉକା ଦେଖି କରିଥାନ୍ତେ ହତ୍ୟା, ଯୋଜନା ଭଣ୍ଡୁର କରିଦେଲା ପୋଲିସ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.