ମେଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଅପରାହ୍ଣ ୧ଟା ୩୨ ମିନିଟ୍ ପର୍ଯ୍ୟନ୍ତ ରହୁ ଥିବାରୁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ। ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖା ଦେବ ଏବଂ ପରିବାରରେ ଅଶାନ୍ତିର ପରିବେଶ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ। ଏହାପରେ ଦଶମ ଚନ୍ଦ୍ର ଯୋଗୁ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ
ବୃଷ : ଅପରାହ୍ଣ ୧ଟା ୩୨ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ। ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଏହାପରେ ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନସମ୍ପର୍କ ବୃଦ୍ଧି ପାଇବ। ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ
ମିଥୁନ : ଅପରାହ୍ଣ ୧ଟା ୩୨ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର, ବୁଧବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ପରିଚିତ ମହିଳାଙ୍କ ଠାରୁ ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ କିଛିଟା ଶୁଭଫଳ ମିଳିବ। ଏହାପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଏବଂ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ
କର୍କଟ : ଷଷ୍ଠ ଓ ସପ୍ତମ ଚନ୍ଦ୍ର, ଘାତବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ
ସିଂହ: ଅପରାହ୍ଣ ୧ଟା ୩୨ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। ଅପରାହ୍ଣ ୧ଟା ୩୨ ମିନିଟ୍ ପରେ ଘାତଚନ୍ଦ୍ର ଯୋଗୁ କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ। ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ଗଜାନନ
କନ୍ୟା : ଅପରାହ୍ଣ ୧ଟା ୩୨ ମିନିଟ୍ ପର୍ଯ୍ୟନ୍ତ କୃଷ୍ଟପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ। ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଏହାପରେ ପଞ୍ଚମ ଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ଦେଖା ଦେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ। ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୧, ଆରାଧନା : ମା’ ତ୍ରିପୁର ସୁନ୍ଦରୀ
ତୁଳା : ଅପରାହ୍ଣ ୧ଟା ୩୨ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଭାଇଭଉଣୀଙ୍କ ସହ ବିବାଦ ଲାଗି ରହିବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଏହାପରେ ଚତୁର୍ଥ ଚନ୍ଦ୍ର ଯୋଗୁ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା
ବିଛା : ଅପରାହ୍ଣ ୧ଟା ୩୨ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିବେ। ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଏହାପରେ ତୃତୀୟ ଚନ୍ଦ୍ର ଯୋଗୁ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ। ଯେଉଁମାନଙ୍କର ବିଶାଖା ଏବଂ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ
ଧନୁ : ଅପରାହ୍ଣ ୧ଟା ୩୨ ମିନିଟ୍ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ବ୍ୟବସାୟ ଆରମ୍ଭ, ଗୃହାରମ୍ଭ, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧ୍ୟାନ ଦେବେ। ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଧନର ସତ୍ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ। ଏହାପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ପୂର୍ବରୁ ହୋଇଥିବା ଆୟ ବଦ୍ଖର୍ଚ୍ଚରେ ଯିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ କର୍ମରେ ଅଶୁଭଫଳ ମିଳିବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ
ମକର : ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର, ବୁଧବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ। ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ଧନିଷ୍ଠା ଓ ଶ୍ରମଣା ମକର, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା
କୁମ୍ଭ : ଅପରାହ୍ଣ ୧ଟା ୩୨ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ଆୟ ଠାରୁ ବ୍ୟୟ ଦୁଇଗୁଣ ଅଧିକ ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ। ମୂଲ୍ୟବାଦ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି। ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ। ଏହାପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରୁ ଅସ୍ଥିରତା ଲୋପ୍ ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ
ମୀନ : ଦଶମ ଓ ଏକାଦଶ ଚନ୍ଦ୍ର ସକାଳ ୬ଟା ୫୧ ମିନିଟ୍ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ। ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩