ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜଧାନୀରେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ, ପଥରରେ ଛେଚି ହତ୍ୟା ଉଦ୍ୟମ

ଭୁବନେଶ୍ଵର, ୦୨/୦୨ : ରାଜଧାନୀରେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ। ସୁନ୍ଦରପଦା ହରିଆ ଛକ ନିକଟରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା ଉଦ୍ୟମ କଲେ ଦୁର୍ବୃତ୍ତ। ଜଣେ ଅଭିଯୁକ୍ତ ଗିରଫ। ଅନ୍ୟମାନଙ୍କୁ ଖୋଜୁଛି ପୋଲିସ।

ସୂଚନାନୁଯାୟୀ, ସୁନ୍ଦରପଦା ହରିଆ ଛକ ନିକଟରେ ପାପୁନ ଜେନା ନାମକ ଜଣେ ଯୁବକଙ୍କ ଉପରେ ସଙ୍ଘବଦ୍ଧ ଭାବେ ଆକ୍ରମଣ ହୋଇଛି। ପାପୁନଙ୍କୁ କିଛି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା ଉଦ୍ୟମ କରିଛନ୍ତି। ଯୁବକ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସମ୍ପର୍କରେ ଖବର ପାଇ ଏୟାରଫିଲ୍ଡ ଥାନା ପୋଲିସ ଜଣେ ଅଭିଯୁକ୍ତକୁ କାବୁ କରିଛି। ତେବେ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସର ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.