ଘଷିପୁରା,୧୮/୦୫: କୁମୁଣିଆ ଗ୍ରାମରେ ଜଣେ ଯୁବକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଯୁବକ ଜଣକ ହାବୁଲ ନାୟକ (୪୫) ବୋଲି ଜଣା ପଡ଼ିଛି । ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଏଭଳି ଘଟଣା ଘଟିଛି ।
ସୂଚନା ମୁତାବକ, ହାବୁଲ ଜଣେ ଫୁଟବଲ ଖେଳାଳି ଥିବା ବେଳେ କିଛି ଦିନ ହେବ ମାନସିକ ଦୁଶ୍ଚିନ୍ତାରେ ଥିଲେ । ରବିବାର ଭୋର ସମୟରେ ପରିବାର ଲୋକେ ବାହାରକୁ ଯାଇଥିବା ବେଳେ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ ହାବୁଲ । ଏହା ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମେଡିକାଲକୁ ପଠାଇଛି । ଏହା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ତାଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଛାୟା ଖେଳିଯାଇଥିବା ବେଳେ କୁମୁଣିଆ ଫୁଟବଲ କ୍ଲବର ସଦସ୍ୟମାନେ ଶୋକ ପ୍ରକାଶ କରିଛନ୍ତି ।